Posted inଖେଳ

ମୁମ୍ବାଇକୁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ, ୬।୩: ଦିଲ୍ଲୀ କ୍ୟାପିଟାଲ୍ସ ମଙ୍ଗଳବାର ଅନୁଷ୍ଠିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲୁପିଏଲ୍‌) ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୨୯ ରନରେ ପରାସ୍ତ କରିଛି। ଅଧିନାୟିକା ମେଗ୍‌ ଲାନିଂ ଓ ଜେମିମା ରୋଡ୍ରିଗ୍ବେଜଙ୍କ ଅର୍ଦ୍ଧଶତକ ସହାୟତାରେ ଦିଲ୍ଲୀ ଦଳ ୪ ଉଇକେଟ ହରାଇ ୧୯୨ ରନ କରିଥିଲା। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ବ୍ୟାକ୍‌ଫୁଟକୁ ଚାଲି ଯାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୬୩ ରନ କରିବାକୁ ସକ୍ଷମ ହୋଇଥିଲା। ଟପ୍‌ ଓ ମିଡିଲ ଅର୍ଡରରେ ୟାସ୍ତିକା ଭାଟିଆ ୬, ନାଟ୍‌ ସ୍କିଭର-ବ୍ରଣ୍ଟ ୫, ଅଧିନାୟିକା ହରମନପ୍ରୀତ କୌର ୬, ହିଲି ମାଥ୍ୟୁସ ୨୯, ଆମେଲିଆ କେର ୧୭ ରନକରି ଆଉଟ ହୋଇଥିବାବେଳେ ୭ ନମ୍ବର ବ୍ୟାଟର ଅମନଜୋତ କୌର ସର୍ବାଧିକ ୪୨ ରନ ସ୍କୋର କରିଥିଲେ। ଦିଲ୍ଲୀ ପକ୍ଷରୁ ଜେସ୍‌ ଜୋନାସେନ ୩ଟି, ମାରିଜନେ କାପ୍‌ ୨ଟି ଏବଂ ଶିଖା ପାଣ୍ଡେ, ଟିଟାସ ସାଧୁ ଓ ରାଧା ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୫ ମ୍ୟାଚରୁ ୪ ବିଜୟ ସହ ଦିଲ୍ଲୀ ୮ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ମୁମ୍ବାଇ ୫ ମ୍ୟାଚରୁ ୩ୟ ପରାଜୟ ସହ ତୃତୀୟ ସ୍ଥାନକୁ ଖସିଛି। ଫେବୃୟାରୀ ୨୩ରେ ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ୪ ଉଇକେଟରେ ଦିଲ୍ଲୀକୁ ପରାସ୍ତ କରିଥିଲା। ଏଠାରେ ବିଜୟୀ ହୋଇ ଦିଲ୍ଲୀ ପୂର୍ବ ପରାଜୟର ମଧୁର ପ୍ରତିଶୋଧ ନେଇଛି।
ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଦିଲ୍ଲୀ ମେଗ୍‌ ଲାନିଂ ଓ ଶେଫାଳି ବର୍ମାଙ୍କ ଓପନିଂ ଯୋଡ଼ିରେ ୨୭ ବଲ୍‌ରୁ ୪୮ ରନ ସଂଗ୍ରହ କରିଥିଲା। ଶେଫାଳି ୧୨ ବଲ୍‌ରୁ ୨୮ ରନରେ ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଏଲିସ କାପ୍‌ସେ ୧୯ ରନକରି ଆଉଟ ହୋଇ ଯାଇଥିଲେ ହେଁ ୩୮ ବଲ୍‌ରୁ ୫୩ (୬ ଚୌକା, ୨ ଛକା) ରନକରି ଦଳକୁ ବଡ଼ ସ୍କୋର ଆଡ଼କୁ ନେଇ ଯାଇଥିଲେ ମେଗ୍‌ ଲାନିଂ। ମିଡିଲ ଅର୍ଡରରେ ଜେମିମା ରୋଡ୍ରିଗ୍ବେଜ ଖେଳିଥିଲେ କ୍ୟାରିୟରର ଅନ୍ୟତମ ଶ୍ରେଷ୍ଠ ଇନିଂସ। ସେ ୩୩ଟି ବଲ୍‌ର ସମ୍ମୁଖୀନ ହୋଇ ୮ ଚୌକା ଓ ୩ ଛକା ସହାୟତାରେ ୬୯ ରନରେ ଅପରାଜିତ ରହି ଦଳୀୟ ସ୍କୋରକୁ ୧୯୨ରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ମୁମ୍ବାଇ ବୋଲରଙ୍କ ମଧ୍ୟରେ ଶବନିମ ଇସମାଇଲ, ସାଇକା ଇସାକ, ପୂଜା ବସ୍ତ୍ରକାର ଓ ହିଲି ମାଥ୍ୟୁସ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୧୯୨/୪ (ଜେମିମା ରୋଡ୍ରିଗ୍ବେଜ-୬୯*, ମେଗ୍‌ ଲାନିଂ-୫୩, ଶେଫାଳି ବର୍ମା-୨୮, ସାଇକା ଇସାକ-୧/୨୯, ପୂଜା ବସ୍ତ୍ରକାର-୧/୨୦, ହିଲି ମାଥ୍ୟୁସ-୧/୨୩, ଶବନିମ ଇସମାଇଲ-୧/୪୬)। ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୧୬୩/୮ (ଅମନଜୋତ କୌର-୪୨, ଜେସ୍‌ ଜୋନାସେନ-୩/୨୧, ମାରିଜନେ କାପ୍‌-୨/୩୭, ଶିଖା ପାଣ୍ଡେ-୧/୨୭, ଟିଟାସ ସାଧୁ-୧/୨୩, ରାଧା ଯାଦବ-୧/୨୩)।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri