Posted inଖେଳ

ମୁମ୍ବାଇରେ ଏକାଠି ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଳି

ମୁମ୍ବାଇ, ୨୫।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ଏପ୍ରିଲ ୯ରୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ଔପଚାରିକତା ପୂରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଳିମାନେ ମଙ୍ଗଳବାର ମୁମ୍ବାଇରେ ଏକାଠି ହୋଇଛନ୍ତି। ଖେଳାଳିମାନେ ଅତିକମ୍‌ରେ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ବାଧ୍ୟ। ପ୍ରଥମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ଖେଳାଳିମାନେ ହେଲେ ଈଶାନ୍ତ ଶର୍ମା, ଉମେଶ ଯାଦବ, ଅଲରାଉଣ୍ଡର ଲଳିତ ଯାଦବ ଓ ଲେଗ୍‌ ସ୍ପିନର ଅମିତ ମିଶ୍ର। ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହୋଇଥିବା ଗତ ସଂସ୍କରଣର ଫାଇନାଲରେ ପ୍ରବେଶ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ଆଗାମୀ ଲିଗ୍‌ରେ ଏହାର ପ୍ରଥମ ମ୍ୟାଚ ଏପ୍ରିଲ ୧୦ରେ ଚେନ୍ନାଇ ସୁପରକିଙ୍ଗ୍ସ ସହିତ ଖେଳିବ। ଖେଳାଳିମାନେ ଅତିକମ୍‌ରେ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ କ୍ୱାରାଣ୍ଟାଇନ୍‌ରେ ରହିବେ। ଇଂଲଣ୍ଡ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପରେ ବ୍ରେକ୍‌ ନେଇଥିବା ଅଜିଙ୍କ୍ୟ ରାହାନେ ମଧ୍ୟ ବାୟୋ-ବବ୍‌ଲ ଜୀବନ ବିତାଇବା ଦିଗରେ ଅଗ୍ରସର ହୋଇଛନ୍ତି। ” ଦୁଇ ସପ୍ତାହ ଘରେ ରହି ପରିବାର ଓ ବନ୍ଧୁମାନଙ୍କ ସହ ସମୟ ବିତାଇଛି। ଏବେ ପୁଣି କ୍ୱାରାଣ୍ଟାଇନକୁ ଫେରୁଛି ଏବଂ ଆଗାମୀ କିଛି ମାସ କ୍ରିକେଟକୁ ଉପଭୋଗ କରିବାକୁ ବ୍ୟଗ୍ର“ ବୋଲି ରାହାନେ ଟୁଇଟ୍‌ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ୨-୧ରେ ଐତିହାସିକ ଟେଷ୍ଟ ସିରିଜ ବିଜୟରେ ରାହାନେ ଭାରତର ନେତୃତ୍ୱ ନେଇଥିଲେ। କ୍ୟାପିଟାଲ୍ସ ଆଇପିଏଲର ପ୍ରଥମାର୍ଦ୍ଧ ନିୟମିତ ଅଧିନାୟକ ଶ୍ରେୟାସ ଆୟାରଙ୍କ ବିନା ଖେଳିବା ଆଶଙ୍କା ଜାତ ହୋଇଛି। ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଫିଲ୍ଡିଂ କରୁଥିବାବେଳେ ଆୟାର ଆହତ ହୋଇଥିଲେ। ତାଙ୍କ କାନ୍ଧ ଖସିଥିବାରୁ ସେ ଦିନିକିଆ ସିରିଜର ଅବଶିଷ୍ଟ ୨ଟି ମ୍ୟାଚରୁ ବାଦ୍‌ ପଡ଼ିଛନ୍ତି। ଆୟାରଙ୍କ ଅନୁପସ୍ଥିତିରେ ରିଷଭ ପନ୍ତ, ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ କିମ୍ବା ସିନିୟର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦିଲ୍ଲୀ ଦଳର ନେତୃତ୍ୱ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri