Posted inଖେଳ

ମୁମ୍ବାଇ ବିପକ୍ଷ ମ୍ୟାଚ୍‌ରେ ଦିଲ୍ଲୀ ଖେଳାଳି ବାନ୍ଧିଥିଲେ କଳା ବ୍ୟାଣ୍ଡ: କାରଣ ଜାଣିଲେ ଆଖିରେ ଆସିବ ଲୁହ

ନୂଆଦିଲ୍ଲୀ,୬।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ସମୟରେ ଦିଲ୍ଲୀ କ୍ୟାପିଟାଲ୍ସର ଖେଳାଳିମାନେ ଏକ କଳା ବ୍ୟାଣ୍ଡ ପିନ୍ଧିଥିବା ଦେଖାଯାଇଥିଲା। କ’ଣ ପାଇଁ ପୁରା ଟିମ୍‌ ଏଭଳି ବ୍ୟାଣ୍ଡ ବାନ୍ଧିଥିବା ନେଇ ପ୍ରଶଂସକଙ୍କ ମନରେ ପ୍ରଶ୍ନ ଉଠିଥିଲା। ଏବେ ଏହା ପଛର କାରଣ ଜଣାପଡ଼ିଛି। ଟିମ୍‌ର ଜଣେ ଖେଳାଳିଙ୍କ ବାପାଙ୍କ ମୃତ୍ୟୁ ଘଟିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଖେଳ ସମୀକ୍ଷକମାନେ କହିଛନ୍ତି।

ଦିଲ୍ଲୀ କ୍ୟାପିଟାଲ୍ସର ଦ୍ରୁତ ବୋଲର ମୋହିତ ଶର୍ମାଙ୍କ ବାପା ମହିପାଲ ଶର୍ମାଙ୍କର ଦେହାନ୍ତ ହୋଇଛି। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଟିମ୍‌ର ସମସ୍ତ ଖେଳାଳି ଏକ କଳା ବ୍ୟାଣ୍ଡ ପିନ୍ଧିଥିଲେ। ତେବେ ମୋହିତଙ୍କ ପୂର୍ବରୁ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର ମନଦୀପ ସିଂହଙ୍କ ବାପା ଏବଂ କୋଲକାତା ନାଇଟ୍‌ ରାଇଡର୍ସର ନୀତିଶ ରାଣାଙ୍କ ଶ୍ୱଶୁରଙ୍କ ମୃତ୍ୟୁ ଘଟିଛି। ଏଭଳି କଠିନ ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ମୋହିତଙ୍କୁ ଏଭଳି ଭାବେ ସମର୍ଥନ କରାଯାଇଥିଲା।

ତେବେ ପ୍ରଥମ ଯୋଗ୍ୟତା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲକୁ ୫୭ ରନ୍‌ରେ ପରାସ୍ତ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଫଳରେ ମୁମ୍ବାଇ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଏଲିମିନେଟର ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ର ବିଜେତା ସହ ଦିଲ୍ଲୀ ଆସନ୍ତା ୮ ତାରିଖରେ କ୍ୱାଲିଫାୟର-୨ ଖେଳିବ। ମୁମ୍ବାଇ ଓ କ୍ୱାଲିଫାୟର-୨ ବିଜେତା ମଧ୍ୟରେ ୧୦ ତାରିଖରେ ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri