ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମିଲ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌

ନୂଆଦିଲ୍ଲୀ, ୧୮।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୮ରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଅଲ୍‌ରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କ ବଦଳରେ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର୍‌ ଏନ୍‌ରିଚ ନୋର୍ଜଙ୍କୁ ଦଳରେ ସାମିଲ କରିଛି ଦିଲ୍ଲୀ। ୨୦୧୯ ସିଜନରେ ଏନ୍‌ରିଚ କୋଲକାତା ନାଇଟ୍‌ ରାଇଡର୍ସ ଦଳରେ ରହିଥିଲେ। କିନ୍ତୁ କହୁଣିରେ ଆଘାତ କାରଣରୁ ସେ ପ୍ରତିଯୋଗିତାରୁ ବାହାରି ଯାଇଥିଲେ ଏବଂ ଆଇପିଏଲ୍‌ ପଦାର୍ପଣ କରିବାରୁ ବଞ୍ଚିତ ହୋଇଥିଲେ। ଏକ ବିବୃତ୍ତିରେ ୨୬ ବର୍ଷୀୟ ଏନ୍‌ରିଚ୍‌ କହିଛନ୍ତି, ‘ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଯୋଗଦେଇ ଖୁସି ଅନୁଭବ କରୁଛି। ଏହା ମୋ ଲାଗି ଏକ ବଡ଼ ଅନୁଭୂତି ହେବ। ଦିଲ୍ଲୀ ମ୍ୟାନେଜମେଣ୍ଟ ମୋତେ ସୁଯୋଗ ଦେଇଥିବାରୁ ମୁଁ କୃତଜ୍ଞ।’ ଏହି ଡାହାଣହାତୀ ଦ୍ରୁତ ବୋଲର ଗତ ବର୍ଷ ଭାରତ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ଖେଳି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୬ ଟେଷ୍ଟ ମ୍ୟାଚ୍‌ ଖେଳି ୧୯ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସେ ମଧ୍ୟ ଦକ୍ଷିଣ ଆଫ୍ରିକା ପାଇଁ ୭ ଦିନିକିଆ ଓ ୩ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୧୪ ଓ ୨ ଉଇକେଟ ନେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଗତବର୍ଷ ଇଂଲଣ୍ଡ ଅଲ୍‌ରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ନିଲାମୀରେ ଦେଢ଼କୋଟି ଟଙ୍କାରେ କ୍ରୟ କରିଥିଲା। କିନ୍ତୁ ସେ ଚଳିତ ବର୍ଷ ପ୍ରାରମ୍ଭରେ ଆଇପିଏଲ୍‌ ନ ଖେଳି ଅନ୍ତର୍ଜାତୀୟ ପ୍ରତିଯୋଗିତା ଲାଗି ନିଜକୁ ଫିଟ୍‌ ରଖିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri