ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମିଲ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌

ନୂଆଦିଲ୍ଲୀ, ୧୮।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୮ରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଅଲ୍‌ରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କ ବଦଳରେ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର୍‌ ଏନ୍‌ରିଚ ନୋର୍ଜଙ୍କୁ ଦଳରେ ସାମିଲ କରିଛି ଦିଲ୍ଲୀ। ୨୦୧୯ ସିଜନରେ ଏନ୍‌ରିଚ କୋଲକାତା ନାଇଟ୍‌ ରାଇଡର୍ସ ଦଳରେ ରହିଥିଲେ। କିନ୍ତୁ କହୁଣିରେ ଆଘାତ କାରଣରୁ ସେ ପ୍ରତିଯୋଗିତାରୁ ବାହାରି ଯାଇଥିଲେ ଏବଂ ଆଇପିଏଲ୍‌ ପଦାର୍ପଣ କରିବାରୁ ବଞ୍ଚିତ ହୋଇଥିଲେ। ଏକ ବିବୃତ୍ତିରେ ୨୬ ବର୍ଷୀୟ ଏନ୍‌ରିଚ୍‌ କହିଛନ୍ତି, ‘ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଯୋଗଦେଇ ଖୁସି ଅନୁଭବ କରୁଛି। ଏହା ମୋ ଲାଗି ଏକ ବଡ଼ ଅନୁଭୂତି ହେବ। ଦିଲ୍ଲୀ ମ୍ୟାନେଜମେଣ୍ଟ ମୋତେ ସୁଯୋଗ ଦେଇଥିବାରୁ ମୁଁ କୃତଜ୍ଞ।’ ଏହି ଡାହାଣହାତୀ ଦ୍ରୁତ ବୋଲର ଗତ ବର୍ଷ ଭାରତ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ଖେଳି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୬ ଟେଷ୍ଟ ମ୍ୟାଚ୍‌ ଖେଳି ୧୯ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସେ ମଧ୍ୟ ଦକ୍ଷିଣ ଆଫ୍ରିକା ପାଇଁ ୭ ଦିନିକିଆ ଓ ୩ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୧୪ ଓ ୨ ଉଇକେଟ ନେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଗତବର୍ଷ ଇଂଲଣ୍ଡ ଅଲ୍‌ରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ନିଲାମୀରେ ଦେଢ଼କୋଟି ଟଙ୍କାରେ କ୍ରୟ କରିଥିଲା। କିନ୍ତୁ ସେ ଚଳିତ ବର୍ଷ ପ୍ରାରମ୍ଭରେ ଆଇପିଏଲ୍‌ ନ ଖେଳି ଅନ୍ତର୍ଜାତୀୟ ପ୍ରତିଯୋଗିତା ଲାଗି ନିଜକୁ ଫିଟ୍‌ ରଖିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?