Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା: ଓହରିଲେ ଏହି ଷ୍ଟାର୍‌ ଖେଳାଳି

ଚେନ୍ନାଇ,୨୬।୪: ସମଗ୍ର ଦେଶ ଏବେ କରୋନା ସହିତ ଲଢୁଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରାଜ୍ୟରେ ଲକଡାଉନ ଲାଗୁ କରାଯାଇଛି। କରୋନା କାରଣରୁ ଦିଲ୍ଲୀ କ୍ୟାପିଟାଲର ତାରକା ବୋଲର ଆର ଅଶ୍ୱିନ ଆଇପିଏଲ ୨୦୨୧ର ୧୪ତମ ସିଜିନରୁ ଓହରି ଯାଇଛନ୍ତି। ଅଶ୍ୱିନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଆସନ୍ତାକାଲିଠାରୁ ମୁଁ ଚଳିତ ବର୍ଷର ଆଇପିଏଲରୁ ବିରତି ନେଉଛି। ମୋ ପରିବାର କରୋନା ବିରୋଧରେ ଲଢେଇ କରୁଛନ୍ତି ଏବଂ ମୁଁ ଏହି କଷ୍ଟ ସମୟରେ ସେମାନଙ୍କୁ ସମର୍ଥନ କରିବାକୁ ଚାହୁଁଛି। ଯଦି ସବୁକିଛି ଠିକ୍‌ ରହେ, ମୁଁ ଫେରିବାକୁ ଆଶା ରଖିଛି।
ଚଳିତବର୍ଷ ଆର୍‌ ଅଶ୍ୱିନ ୫ଟି ମ୍ୟାଚରେ କେବଳ ଗୋଟିଏ ସଫଳତା ହାସଲ କରିବାରେ ସକ୍ଷମ ହୋଇଥିଲେ। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ସୁପର ଓଭର ଜିତିବା ପରେ ଅଶ୍ୱିନ ଏହା ଟୁଇଟ୍‌ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସକୁ ଏପ୍ରିଲ ୨୭ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରବର୍ତ୍ତୀ ମ୍ୟାଚ ଖେଳିବାକୁ ପଡିବ ଏବଂ ଅଶ୍ୱିନଙ୍କ ବିନା ଦଳ ପଡିଆକୁ ଓହ୍ଲାଇବ। ହାଇଦ୍ରାବାଦ ଉପରେ ଜିତିବା ପରେ ଦିଲ୍ଲୀ ପଏଣ୍ଟ ଟେବୁଲରେ ଦ୍ୱିତୀୟ ନମ୍ବରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri