Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା: ଓହରିଲେ ଏହି ଷ୍ଟାର୍‌ ଖେଳାଳି

ଚେନ୍ନାଇ,୨୬।୪: ସମଗ୍ର ଦେଶ ଏବେ କରୋନା ସହିତ ଲଢୁଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରାଜ୍ୟରେ ଲକଡାଉନ ଲାଗୁ କରାଯାଇଛି। କରୋନା କାରଣରୁ ଦିଲ୍ଲୀ କ୍ୟାପିଟାଲର ତାରକା ବୋଲର ଆର ଅଶ୍ୱିନ ଆଇପିଏଲ ୨୦୨୧ର ୧୪ତମ ସିଜିନରୁ ଓହରି ଯାଇଛନ୍ତି। ଅଶ୍ୱିନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଆସନ୍ତାକାଲିଠାରୁ ମୁଁ ଚଳିତ ବର୍ଷର ଆଇପିଏଲରୁ ବିରତି ନେଉଛି। ମୋ ପରିବାର କରୋନା ବିରୋଧରେ ଲଢେଇ କରୁଛନ୍ତି ଏବଂ ମୁଁ ଏହି କଷ୍ଟ ସମୟରେ ସେମାନଙ୍କୁ ସମର୍ଥନ କରିବାକୁ ଚାହୁଁଛି। ଯଦି ସବୁକିଛି ଠିକ୍‌ ରହେ, ମୁଁ ଫେରିବାକୁ ଆଶା ରଖିଛି।
ଚଳିତବର୍ଷ ଆର୍‌ ଅଶ୍ୱିନ ୫ଟି ମ୍ୟାଚରେ କେବଳ ଗୋଟିଏ ସଫଳତା ହାସଲ କରିବାରେ ସକ୍ଷମ ହୋଇଥିଲେ। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ସୁପର ଓଭର ଜିତିବା ପରେ ଅଶ୍ୱିନ ଏହା ଟୁଇଟ୍‌ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସକୁ ଏପ୍ରିଲ ୨୭ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରବର୍ତ୍ତୀ ମ୍ୟାଚ ଖେଳିବାକୁ ପଡିବ ଏବଂ ଅଶ୍ୱିନଙ୍କ ବିନା ଦଳ ପଡିଆକୁ ଓହ୍ଲାଇବ। ହାଇଦ୍ରାବାଦ ଉପରେ ଜିତିବା ପରେ ଦିଲ୍ଲୀ ପଏଣ୍ଟ ଟେବୁଲରେ ଦ୍ୱିତୀୟ ନମ୍ବରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri