Posted inଖେଳ

ଦୁବାଇରେ ଦିଲ୍ଲୀ କ୍ୟାପିଟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ, ୨୪ା୮ (ପି.ଟି.)-ଆଇପିଏଲ୍‌ ଖେଳିବା ପାଇଁ ଶେଷ ଦଳ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ଦୁବାଇରେ ପହଞ୍ଚତ୍ଛନ୍ତି। ଦୁଇ ଦଳର ସମସ୍ତ ସଦସ୍ୟ ମାସ୍କ ଓ ଫେସ୍‌ ଶିଲ୍ଡ ପରିଧାନ କରିଥିଲେ। କୋଭିଡ୍‌-୧୯ ମହାମାରୀ ଯୋଗୁ ବିଶ୍ୱର ସବୁଠାରୁ ବଡ଼ ଟି୨୦ ଲିଗ୍‌ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ତିନୋଟି ଭେନ୍ୟୁ ଦୁବାଇ, ଆବୁଧାବି ଓ ଶାରଜାରେ ଖେଳାଯିବ। ସହରରେ ପ୍ରଥମେ ହାଇଦ୍ରାବାଦ ଭିତ୍ତିକ ଫ୍ରାଞ୍ଚାଇଜ୍‌ ପହଞ୍ଚତ୍ଥିଲା। ପରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ବାଟ ଦେଇ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ଜାରି ଏସ୍‌ପିଓ (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁସାରେ ଦଳର ସମସ୍ତ ସଦସ୍ୟ ବାଧ୍ୟତାମୂଳକ ୬ ଦିନ କ୍ୱାରାଣ୍ଟାଇନରେ ରହିବେ। କ୍ୱାରାଣ୍ଟାଇନ୍‌ର ୧ମ, ୩ୟ ଓ ୬ଷ୍ଠ ଦିବସରେ ସମସ୍ତଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ ହେବ। ସମସ୍ତ ତିନୋଟି ଟେଷ୍ଟରେ ନେଗେଟିଭ୍‌ ଆସିବା ପରେ ଟ୍ରେନିଂ ଆରମ୍ଭ କରିପାରିବେ। ଟୁର୍ନାମେଣ୍ଟର ପ୍ରତି ୫ମ ଦିବସରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କର କୋଭିଡ୍‌-୧୯ ଟେଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri