Posted inଖେଳ

ଦୁବାଇରେ ଦିଲ୍ଲୀ କ୍ୟାପିଟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ, ୨୪ା୮ (ପି.ଟି.)-ଆଇପିଏଲ୍‌ ଖେଳିବା ପାଇଁ ଶେଷ ଦଳ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ଦୁବାଇରେ ପହଞ୍ଚତ୍ଛନ୍ତି। ଦୁଇ ଦଳର ସମସ୍ତ ସଦସ୍ୟ ମାସ୍କ ଓ ଫେସ୍‌ ଶିଲ୍ଡ ପରିଧାନ କରିଥିଲେ। କୋଭିଡ୍‌-୧୯ ମହାମାରୀ ଯୋଗୁ ବିଶ୍ୱର ସବୁଠାରୁ ବଡ଼ ଟି୨୦ ଲିଗ୍‌ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ତିନୋଟି ଭେନ୍ୟୁ ଦୁବାଇ, ଆବୁଧାବି ଓ ଶାରଜାରେ ଖେଳାଯିବ। ସହରରେ ପ୍ରଥମେ ହାଇଦ୍ରାବାଦ ଭିତ୍ତିକ ଫ୍ରାଞ୍ଚାଇଜ୍‌ ପହଞ୍ଚତ୍ଥିଲା। ପରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ବାଟ ଦେଇ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ଜାରି ଏସ୍‌ପିଓ (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁସାରେ ଦଳର ସମସ୍ତ ସଦସ୍ୟ ବାଧ୍ୟତାମୂଳକ ୬ ଦିନ କ୍ୱାରାଣ୍ଟାଇନରେ ରହିବେ। କ୍ୱାରାଣ୍ଟାଇନ୍‌ର ୧ମ, ୩ୟ ଓ ୬ଷ୍ଠ ଦିବସରେ ସମସ୍ତଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ ହେବ। ସମସ୍ତ ତିନୋଟି ଟେଷ୍ଟରେ ନେଗେଟିଭ୍‌ ଆସିବା ପରେ ଟ୍ରେନିଂ ଆରମ୍ଭ କରିପାରିବେ। ଟୁର୍ନାମେଣ୍ଟର ପ୍ରତି ୫ମ ଦିବସରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କର କୋଭିଡ୍‌-୧୯ ଟେଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri