Posted inଖେଳ

କ୍ୱାଲିଫାୟର୍‌-୧: ଟସ୍‌ ଜିତିଲା ଚେନ୍ନାଇ

ଦୁବାଇ,୧୦।୧୦: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ପ୍ରଥମ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଆଜି ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପ୍ରଥମେ ଟସ୍‌ ଜିତି ଚେନ୍ନାଇ ବୋଲିଂ ନିଷ୍ପତ୍ତି ନେଇଛି।
ଚେନ୍ନାଇର ଅଭିଜ୍ଞତା ଏବଂ ଦିଲ୍ଲୀର ଯୁବକମାନଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ହେବ। ଏହି ମ୍ୟାଚ ଜିତୁଥିବା ଦଳ ସିଧାସଳଖ ଆଇପିଏଲର ଫାଇନାଲରେ ପହଞ୍ଚିବ। ଏହା ବ୍ୟତୀତ ଏହି ମ୍ୟାଚ ହାରିଥିବା ଦଳ ଫାଇନାଲରେ ପ୍ରବେଶ କରିବାର ଆଉ ଏକ ସୁଯୋଗ ପାଇବ। ସେହି ଦଳ ଏଲିମିନେଟର ମ୍ୟାଚର ବିଜେତା ଦଳ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ।
ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇର ଦଳ ଗତ ସିଜିନର ଖରାପ ପ୍ରଦର୍ଶନକୁ ଭୁଲିଯିବା ପରେ ପୁଣି ଥରେ ପ୍ଲେ ଅଫରେ ପହଞ୍ଚିଛି। ଆଜିର ମ୍ୟାଚ ଯଦି ଚେନ୍ନାଇ ଜିତେ ତେବେ ରେକର୍ଡ ୯ମ ଥର ଫାଇନାଲରେ ପ୍ରବେଶ କରିବ। ଏଥି ସହିତ ଗତ ସିଜନରେ ପ୍ରଥମ ଥର ପାଇଁ ଆଇପିଏଲର ଫାଇନାଲରେ ଦିଲ୍ଲୀର ଦଳ ହାରି ଯାଇଥିଲା। ଏଭଳି ପରିସ୍ଥିତିରେ ଦଳ ପୁଣି ଫାଇନାଲରେ ପହଞ୍ଚିବାକୁ ଚେଷ୍ଟା କରିବ।
ଆଇପିଏଲରେ ଏପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ମୋଟ ୨୫ଟି ମ୍ୟାଚ ଖେଳାଯାଇଛି। ଏଥିମଧ୍ୟରେ ଚେନ୍ନାଇ ଦଳ ୧୫ଟି ମ୍ୟାଚ ଜିତିଥିବା ବେଳେ ଦିଲ୍ଲୀ ୧୦ଟି ମ୍ୟାଚ ଜିତିଛି। ଏହା ବ୍ୟତୀତ ୟୁଏଇରେ ଉଭୟ ଦଳ ଏଠାରେ ୪ ଥର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଦିଲ୍ଲୀର ଦଳ ୩-୧ ବ୍ୟବଧାନରେ ଆଗରେ ରହିଛି। ଏହାପୂର୍ବରୁ ଦୁବାଇରେ ଦିଲ୍ଲୀ ଏବଂ ଚେନ୍ନାଇ ମଧ୍ୟରେ ଖେଳାଯାଇଥିବା ଉଭୟ ମ୍ୟାଚରେ ଦିଲ୍ଲୀ ଜିତିଥିଲା।

ଦିଲ୍ଲୀ କ୍ୟାପିଟାଲ୍ସ୍‌-
ଶିଖର ଧାୱନ, ପୃଥ୍ବୀ ଶ’, ଶ୍ରେୟସ ଆୟର୍‌, ରିଷଭ ପନ୍ତ (ଅଧିନାୟକ), ଶିମ୍ରନ ହେଟମିୟର, ଅକ୍ଷର ପଟେଲ, ଆର ଅଶ୍ୱିନ, କାଗିସୋ ରାବାଡା, ଟମ୍‌ କରନ୍‌, ଏନରିଚ୍‌ ନୋର୍ତେଜେ, ଆଭେଶ ଖାନ।

ଚେନ୍ନାଇ ସୁପର କିଙ୍ଗ୍ସ –
ଫାଫ ଡୁ ପ୍ଲେସିସ, ରୁତୁରାଜ ଗାଇକ୍ୱାଡ, ମୋଏନ ଅଲି, ରବିନ ଉଥାପ୍ପା, ଅମ୍ବାତି ରାୟୁଡୁ, ମହେନ୍ଦ୍ର ସିଂ ଧୋନୀ(ଅଧିନାୟକ), ରବିନ୍ଦ୍ର ଜାଡେଜା, ଡ୍ବେନ ବ୍ରାଭୋ, ଶାର୍ଦ୍ଦୁଲ ଠାକୁର, ଦୀପକ ଚହର, ଜୋଶ ହେଜେଲଉଡ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri