୨୨୩ ରନ୍‌ର ଟାର୍ଗେଟ ଦେଲା ରାଜସ୍ଥାନ

ମୁମ୍ବାଇ,୨୨।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୪ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଉ ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର। ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ୨୦ଓଭରରେ ୨ଟି ଓ୍ବିକେଟ ହରାଇ ୨୨୨ରନ୍‌ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୨୨୩ରନ୍‌ର ଟାର୍ଗେଟ ଦେଇଛି ରାଜସ୍ଥାନ। ଟସ୍‌ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ଓପନିଂ ଯୋଡ଼ିରେ ଶତକୀୟ ଭାଗୀଦାରି ଗଢ଼ି ବଡ଼ ସ୍କୋର ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲା। ରାଜସ୍ଥାନର ଦୁଇ ଓପନର ଜୋଶ ବୋଲଟର ଓ ଦେବଦତ୍ତ ପଡିକାଲ ବ୍ୟାଟିଂ କରିବାକୁ ଆସିଥିଲେ। ଜୋଶ୍‌ ବଟଲର ଓ ଦେବଦତ୍ତ ପଡ଼ିକାଲ ଦିଲ୍ଲୀ ବୋଲରଙ୍କୁ ଧୁଲେଇ କରି ପ୍ରଥମ ଉଇକେଟରେ ୯୧ ବଲ୍‌ରୁ ୧୫୫ ରନର ପାର୍ଟନରଶିପ୍‌ ଗଢ଼ିଥିଲେ। ୨୦୧୫ ପରେ ଆଇପିଏଲ୍‌ରେ ଏହାଥିଲା ପ୍ରଥମ ଶତକୀୟ ଓପନିଂ ଭାଗୀଦାରି। ୧୬ତମ ଓଭରର ପ୍ରଥମ ବଲ୍‌ରେ ପଡିକାଲ (୫୪ ରନ, ୩୫ ବଲ, ୭ ଚୌକା, ୨ ଛକା)ଙ୍କୁ ଆଉଟ କରି ଦିଲ୍ଲୀକୁ ବହୁ ପ୍ରତୀକ୍ଷିତ ବ୍ରେକ୍‌ ଥ୍ରୁ ଦେଇଥିଲେ ଖଲିଲ ଅହମଦ। ବଟଲର କିନ୍ତୁ ଚମତ୍କାର ଫର୍ମ ବଜାୟ ରଖି ୬୫ ବଲ୍‌ରୁ ୯ଟି ଲେଖାଏ ଚୌକା ଓ ଛକା ସହାୟତାରେ ୧୧୬ ରନ ସ୍କୋର କରିଥିଲେ। ତେବେ ଚଳିତ ଆଇପିଏଲ୍‌ରେ ଏହାଥିଲା ତାଙ୍କର ତୃତୀୟ ଶତକ। ଶେଷ ଭାଗରେ ଅଧିନାୟକ ସଞ୍ଜୁ ସାମସନ ଖେଳିଥିଲେ ଷ୍ଟ୍ରୋକପୂର୍ଣ୍ଣ ଇନିଂସ। ସେ ମାତ୍ର ୧୯ ବଲ୍‌ରୁ ୫ ଚୌକା ଓ ୩ ଛକା ସହାୟତାରେ ୪୬ ରନରେ ଅପରାଜିତ ରହିବାରୁ ରାଜସ୍ଥାନ ସ୍କୋର ୨୨୨ରେ ପହଞ୍ଚିଥିଲା। ଚଳିତ ସିଜନରେ ଏହା ଦଳଗତ ସର୍ବାଧିକ ସ୍କୋର। ଏ କ୍ଷେତ୍ରରେ ରାଜସ୍ଥାନ ନିଜ ରେକର୍ଡ (୨୧୬ ରନ) ରେକର୍ଡ ଭାଙ୍ଗିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖଲିଲ ଅହମଦ ଓ ମୁସ୍ତାଫିଜୁର ରହମନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର: ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୨୨୨/୨ (ଜୋଶ୍‌ ବଟଲର-୧୧୬, ଦେବଦତ୍ତ ପଡିକାଲ-୫୪, ସଞ୍ଜୁ ସାମସନ-୪୬*, ଖଲିଲ ଅହମଦ-୧/୪୭, ମୁସ୍ତାଫିଜୁର ରହମନ-୧/୪୩)।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?