ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ୍‌ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ରାଜସ୍ଥାନ ଦଳ ପ୍ରଥମେ ବୋଲିଂ କରିବ।
ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୭ ମ୍ୟାଚ୍‌ରୁ ୫ ବିଜୟ ସହ ୧୦ ପଏଣ୍ଟ ପାଇ ଟେବୁଲ ତାଲିକାରେ ମୁମ୍ବାଇ ଇଣ୍ଡିଆନ୍ସ ପଛକୁ ୨ୟ ସ୍ଥାନରେ ରହିଛି। ଅପରପକ୍ଷରେ ରାଜସ୍ଥାନ ୭ ମ୍ୟାଚ୍‌ରୁ ୩ ବିଜୟ ସହ ୬ ପଏଣ୍ଟ ପାଇ ଟେବୁଲରେ ୭ମ ସ୍ଥାନ ଲାଭ କରିଛି।

Share