Posted inଖେଳ

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ ହରାଇ ୧୯୮ ରନ୍‌ କରି ପରାଜିତ ହୋଇଛି। ଫଳରେ ପଞ୍ଜାବର ପ୍ଲେ ଅଫ୍‌ ଆଶା ମଉଳିଯାଇଛି। ପଞ୍ଜାବ ୧୩ ମ୍ୟାଚରୁ ୧୨ ପଏଣ୍ଟ ପାଇ ଟେବୁଲର ୮ ନମ୍ବର ସ୍ଥାନରେ ରହିଛି।

୨୧୪ ରନ୍‌ର ପିଛା କରି ପଞ୍ଜାବ ଆରମ୍ଭରୁ ଧୀମା ଖେଳିଥିଲା। ପ୍ରଥମ ଓଭର ମେଡେନ୍‌ ରହିଥିବା ବେଳେ ଦ୍ୱିତୀୟ ଓଭରରେ ଖାତା ଖୋଲିବା ପୂର୍ବରୁ ଶିଖର ଧାଓ୍ବନ ଆଉଟ୍‌ ହୋଇଯାଇଥିଲେ। ପ୍ରଭସିମରନ୍‌ ୨୨ ରନ୍‌ କରିଥିବା ବେଳେ ଅଥର୍ବ ତାଇଡେ ୫୫ ରନ୍‌ କରିଥିଲେ। ଏପରିକି ଲିଆମ୍‌ ଲିଭିଙ୍ଗଷ୍ଟୋନ୍‌ ୪୮ ବଲ ଖେଳି ୫ ଚୌକା ଓ ୯ ଛକା ସହାୟତାରେ ୯୪ ରନ୍‌ କରିଥିଲେ। ହେଲେ ମ୍ୟାଚ୍‌ ଜିତାଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri