Posted inଖେଳ

ଦିଲ୍ଲୀ କ୍ୟାପିଟାଲର ପ୍ରଥମ ବିଜୟ

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ୪ ଉଇକେଟରେ ବିଜୟୀ ହୋଇଛି। ଷଷ୍ଠ ମ୍ୟାଚ୍‌ରୁ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ବିଜୟ ସହ ପଏଣ୍ଟ ଖାତା ଖୋଲିଛି ।

ଦିଲ୍ଲୀ କ୍ୟାପିଟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ୍‌ ରାଇଡର୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ହେଲେ ଦିଲ୍ଲୀ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ୪୧ ବଳ୍‌ରେ(୧୧ ଚୌକ୍କା) ୫୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ସହ ଶେଷ ବେଳକୁ ଆକ୍ସର ପଟେଲଙ୍କ ୧୭ ରନ୍‌ର ଉପଯୋଗୀ ଇନିସଂ ବଳରେ ୧୯ .୨ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri