Posted inଖେଳ

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍‌ର ଏକମାତ୍ର ଦଳ ଭାବେ ତା’ର ଅପରାଜେୟ ଧାରା ଜାରି ରଖିଛି। ଏହା ଦିଲ୍ଲୀ ପାଇଁ କ୍ରମାଗତ ଚତୁର୍ଥ ବିଜୟ ହୋଇଥିବା ବେଳେ ବେଙ୍ଗାଲୁରୁ ଲାଗି ଏହା ଦ୍ୱିତୀୟ ପରାଜୟ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁକୁ ଫିଲିପ ସଲ୍ଟ ଓ ବିରାଟ କୋହଲି ବିସ୍ଫୋରକ ଆରମ୍ଭ ଦେଇଥିଲେ। ଦୁହେଁ ପ୍ରଥମ ଉଇକେଟରେ ୩.୫ ଓଭରରେ ୬୧ ରନ କରିଥିଲେ। ଆଟାକିଂ ବ୍ୟାଟିଂ କରୁଥିବା ସଲ୍ଟ ଦୁର୍ଭାଗ୍ୟବଶତଃ ରନ ଆଉଟ ହୋଇଥିଲେ। ଆଉଟ ହେବା ପୂର୍ବରୁ ସେ ୧୭ ବଲରେ ୪ ଚୌକା ଓ ୩ ଛକା ସହିତ ୩୭ ରନ କରିଥିଲେ। ତାଙ୍କ ଉଇକେଟ ପଡ଼ିବା ପରେ ବେଙ୍ଗାଲୁରୁ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇଥିଲା।

ଦେବଦତ୍ତ ପଡିକଲ ୧ ଓ କୋହଲି ୧୪ ବଲରେ ୧ ଚୌକା ଓ ୨ ଛକା ସହିତ ୨୨ ରନ କରି ଆଉଟ ହୋଇଥିଲେ। ଅଧିନାୟକ ରଜତ ପଟିଦାର ୨୩ ବଲରେ ୧ ଲେଖାଏ ଚୌକା ଓ ଛକା ସହିତ ୨୫ ରନ କରି ଆଉଟ ହୋଇଥିଲେ। ଶେଷ ଆଡ଼କୁ ଟିମ ଡେଭିଡ ୨୦ ବଲରେ ୨ ଚୌକା ଓ ୪ ଛକା ସହିତ ୩୭ ରନ କରି ଦଳକୁ ଏକ ଚ୍ୟାଲେଞ୍ଜିଂ ସ୍କୋର ପ୍ରଦାନ କରିଥିଲେ। ତାଙ୍କୁ କୃନାଲ ପାଣ୍ଡ୍ୟା ୧୮ (୧ ଚୌକା) ଉପଯୁକ୍ତ ସମର୍ଥନ ପ୍ରଦାନ କରିଥିଲେ। ଫଳରେ ଆର୍‌ସିବି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୬୩ ରନ କରିବାକୁ ସକ୍ଷମ ହୋଇଥିଲା।

ଦିଲ୍ଲୀ ପକ୍ଷରୁ କୁଲଦୀପ ଯାଦବ ଓ ବିପ୍ରଜ ନିଗମ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଦିଲ୍ଲୀ ମଧ୍ୟ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୫୮ ରନ ମଧ୍ୟରେ ଫାଫ ଡୁ’ପ୍ଲେସିସ (୨), ଜେକ ଫ୍ରେଜର ମ୍ୟାକଗର୍କ (୭) ଓ ଅଭିଶେକ ପୋରେଲ (୭) ଓ ଅଧିନାୟକ ଅକ୍ଷର ପଟେଲ(୧୫)ଙ୍କ ଉଇକେଟ ହରାଇଥିଲା। ଏହାପରେ ଲୋକେଶ ରାହୁଲ ଓ ତ୍ରିସ୍ତାନ ଷ୍ଟବ୍ସ ଅବିଭାଜିତ ପଞ୍ଚମ ଉଇକେଟରେ ୧୧୧ ରନ ଯୋଡ଼ିଥିଲେ। ରାହୁଲ ୫୩ ବଲରେ ୯୩ (୭ ଚୌକା ଓ ୬ ଛକା) ଓ ଷ୍ଟବ୍ସ ୨୩ ବଲରେ ୩୮ (୪ ଚୌକା ଓ ୧ ଛକା) ରନ୍‌ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri