Posted inଖେଳ

ହାଇଦ୍ରାବାଦକୁ ହରାଇ ଦିଲ୍ଲୀର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ,୨୫ା୪: ଆଇପିଏଲର ୩୪ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଅକ୍ଷର ପଟେଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ(୩୪ ରନ୍‌ ଓ ୨ ଉଇକେଟ) ବଳରେ ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଦିଲ୍ଲୀ। ପ୍ରଥମେ ବ୍ୟାଟିଂ କରି କ୍ୟାପିଟାଲ୍ସ ୯ ଉଇକେଟ ହରାଇ ୧୪୪ ରନ୍‌ କରଥିବା ବେଳେ ସନରାଇଜର୍ସ ୨୦ ଓଭରରେ ୬ ଉଇକେଟ ହରାଇ ୧୩୭ ରନ୍‌ କରିଥିଲା। ଅନ୍ତିମ ଓଭରରେ ବିଜୟ ପାଇଁ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ସନରାଇଜର୍ସ ମାତ୍ର ୫ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବ୍ୟାଟିଂ ନେଇଥିଲା। ଫିଲ୍‌ ସଲ୍ଟ ଓ ଡେଭିଡ୍‌ ଓ୍ବାର୍ନର ଇନିଂସ ଓପନ କରିଥିଲେ। ସଲ୍ଟ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ ଫେରିଥିଲେ। ଡେଭିଡ ଓ୍ବାର୍ନର (୨୧) ଓ ମିଚେଲ ମାର୍ଶ(୨୫ ରନ୍‌)ଙ୍କ ମଧ୍ୟରେ ୩୮ ରନ୍‌ର ଭାଗୀଦାରି ହୋଇଥିଲା। ୬୨ ରନ୍‌ରେ ଦଳ ୫ ଉଇକେଟ ହରାଇଥିବା ବେଳେ ଟପ୍‌ ସ୍କୋରର ରହିଥିବା ମନୀଷ ପାଣ୍ଡେ ଓ ଅକ୍ଷର ପଟେଲ ୬୯ ରନ୍‌ ଯୋଡିଥିଲେ। ଉଭୟ ଖେଳାଳି ୩୪ ରନ୍‌ ଲେଖାଏ ସ୍କୋର କରିଥିଲେ। ଉଭୟ ଖେଳାଳି ମାତ୍ର ୩ ବଲ୍‌ ବ୍ୟବଧାନରେ ଆଉଟ ହେବା ସହ କ୍ୟାପିଟାଲ୍ସର ସ୍କୋରିଂ ହାର ଧୀମେଇ ଯାଇଥିଲା। ଦଳର ୩ ଜଣ ବ୍ୟାଟର ରନ୍‌ ଆଉଟ ହୋଇଥିଲେ। ଓ୍ବାଶିଂଟନ୍‌ ସୁନ୍ଦର ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଭୁବନେଶ୍ୱର ୨ ଓ ଟି ନଟରାଜନ ଗୋଟିଏ ଉଇକେଟ ନେଇଥିଲେ।
୧୪୫ ରନ୍‌ ଲକ୍ଷ୍ୟର ପିଛା କରୁଥିବା ହାଇଦ୍ରାବାଦ ପକ୍ଷରୁ ଓପନର ମୟଙ୍କ ଅଗ୍ରଓ୍ବାଲ ସର୍ବାଧିକ ୪୯ ରନ୍‌ କରିଥିଲେ। ଏକଦା ୬୯/୧ ରହିଥିବା ହାଇଦ୍ରାବାଦ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୮୫ ରନ୍‌ରେ ୫ ଉଇକେଟ ହରାଇଥିଲା। ତେବେ ହେନରିଚ୍‌ କ୍ଲାସେନ୍‌ (୩୧) ଓ ଓ୍ବାଶିଂଟନ୍‌ ସୁନ୍ଦର ଅପରାଜିତ ୨୪ ରନ୍‌ କରିବା ସହ ଷଷ୍ଠ ଉଇକେଟରେ ୪୧ ରନ୍‌ ଯୋଡି ବିଜୟ ଆଶ ସଞ୍ଚାର କରିଥିଲେ। ତେବେ ୧୯ ତମ ଓଭରରେ ବଡ ଶଟ୍‌ ଖେଳିବାକୁ ଯାଇ କ୍ଲାସେନ୍‌ ଆଉଟ ହେବା ପରେ ହାଇଦ୍ରାବାଦ ଜିତି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?