Posted inଖେଳ

ବିଜୟରୁ ଦିଲ୍ଲୀର ଆରମ୍ଭ

ମୁମ୍ବାଇ,୧୦।୪: ଇଣ୍ଡିଆନ ପ୍ରିମୟର ଲିଗ (ଆଇପିଏଲ୍‌)ର ଗତ ସଂସ୍କରଣ ରନର୍ସଅପ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଏଥର ବିଜୟରୁ ଅଭିଯାନ ଆରମ୍ଭ କରିଛି। ଆଇପିଏଲ୍‌ ୧୪ତମ ସଂସ୍କରଣର ଦ୍ୱିତୀୟ ମ୍ୟାଚ୍‌ରେ ନୂଆ ଅଧିନାୟକ ରିଷଭ ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସକୁ ୮ ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି। ପ୍ରଥମ ମ୍ୟାଚ୍‌ରେ ବିଜୟୀ ହୋଇ ଦିଲ୍ଲୀ ୨ ପଏଣ୍ଟ ହାସଲ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ ୭ ଉଇକେଟ ହରାଇ ୧୮୮ ରନର ସଂଗ୍ରହ କରିଥିଲା। ଜବାବରେ ଦିଲ୍ଲୀ ୧୮.୪ ଓଭରରେ ୩ ଉଇକେଟ ହରାଇ ୧୯୦ ରନ କରି ବିଜୟ ହାସଲ କରିଛି। ଅଧିନାୟକ ଭାବେ ପନ୍ତ ତାଙ୍କ ପ୍ରଥମ ଆଇପିଏଲ ମ୍ୟାଚ୍‌ରେ ବିଜୟ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି। ଉଭୟ ଟସ୍‌ ଓ ମ୍ୟାଚ୍‌ରେ ପନ୍ତ ନିଜ ଗୁରୁ ଧୋନୀଙ୍କୁ ହରାଇଛନ୍ତି। ଏଥିସହ ଚେନ୍ନାଇ ବିପକ୍ଷରେ ଦିଲ୍ଲୀ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଗତ ସଂସ୍କରଣରେ ଶ୍ରେୟାସ ଆୟାରଙ୍କ ନେତୃତ୍ୱରେ ଦିଲ୍ଲୀ ଦୁଇଟି ଯାକ ମ୍ୟାଚ୍‌ରେ ଚେନ୍ନାଇକୁ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri