Posted inଖେଳ

ଦିଲ୍ଲୀ, ଚଣ୍ଡିଗଡ଼, ଅରୁଣାଚଳ ବିଜୟୀ

ରାଉରକେଲା ଅଫିସ,୨୦।୫: ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ହକି ୨ଷ୍ଟାଡିୟମରେ ଚାଲିଥିବା ୧୩ତମ ହକି ଇଣ୍ଡିଆ ପୁରୁଷ ସବ୍‌ଜୁନିୟର ଜାତୀୟ ଚାମ୍ପିୟନଶିପ୍‌ ୨୦୨୩ରେ ଦିଲ୍ଲୀ ହକି, ହକି ଚଣ୍ଡିଗଡ଼ ଓ ହକି ଅରୁଣାଚଳ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଶୁକ୍ରବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଦିଲ୍ଲୀ ହକି ୫-୨ ଗୋଲ୍‌ରେ ଆସାମ ହକିକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଆଫ୍ରିଦୀ (୮ମ,୧୧ତମ, ୨୬ତମ ଓ ୩୪ତମ) ବ୍ୟକ୍ତିଗତ ୪ଟି ଗୋଲ ସ୍କୋର କରିଥିବା ବେଳେ ଅନ୍ୟ ଗୋଲଟିକୁ ଆର୍ଯ୍ୟନ ଦେଇଥିଲେ। ପରାଜିତ ଆସାମ ହକି ଦଳ ତରଫରୁ ରିତି ପଟିର (୨୩ତମ) ଓ ରୋହତ ଯାଦବ (୪୦) ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ଦିନର ଦ୍ୱିତୀୟ ଗେମ୍‌ରେ ହକି ଚଣ୍ଡିଗଡ଼ ୧୯-୦ ଗୋଲରେ ହକି ରାଜସ୍ଥାନକୁ ହରାଇ ଦେଇଛି। ଏହି ଏକତରଫା ମ୍ୟାଚରେ ବିଜୟୀ ଦଳର ଗୁରଜିତ ସିଂ ୯ଟି ଗୋଲ୍‌ ସ୍କୋର କରିଥିବା ବେଳେ ପ୍ରଭଜୋତ ସିଂ ସଇନି ୩ଟି ଗୋଲ ସ୍କୋର କରିଛନ୍ତି। ପଙ୍କଜ ଶର୍ମା ଓ ଗୁରଜିତ ସିଂ ଦୁଇଟି ଲେଖାଏଁ ଏବଂ ସୁଖପ୍ରୀତ ସିଂ, ସୁଖମନପ୍ରୀତ ସିଂ ଏବଂ ସୁରଜ କୁମାର ସା’ ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ଶୁକ୍ରବାର ଅନୁଷ୍ଠିତ ତୃତୀୟ ମ୍ୟାଚରେ ହକି ଅରୁଣାଚଳ ୧୩-୦ ଗୋଲ୍‌ରେ ହକି ଗୁଜରାଟକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?