ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ନୁହେଁ ଭାରତର ବକ୍ତବ୍ୟ: ଜୟଶଙ୍କର..

ନୂଆଦିଲ୍ଲୀ,୧୯।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ମତାମତ ନେଇ ଭାରତ ସିଙ୍ଗାପୁର ସମ୍ପର୍କରେ ଫାଟ ସୃଷ୍ଟି ହେବା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜୟଶଙ୍କର ଟୁଇଟ୍‌ କରି କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ଭାରତର ବକ୍ତବ୍ୟ ନୁହେଁ। ଦୁଇଦେଶ ମଧ୍ୟରେ ରହିଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କରେ ଏହା ଦ୍ୱାରା କୌଣସି ପ୍ରଭାବ ପଡ଼ିବ ନାହିଁ। ଦୁଇଦେଶ ମିଳିତ ଭାବେ କରୋନା ବିରୋଧରେ ଲଢ଼େଇ ଜାରି ରଖିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ ନେଇ ଜୟଶଙ୍କର ବୁଧବାର ଦୁଃଖ ପ୍ରକାଶ କରି ସିଙ୍ଗାପୁର ଏବଂ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ସ୍ଫଟୀକରଣ ଦେଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ କେଜରିଓ୍ବାଲ ସିଙ୍ଗାପୁର ଭାରିଆଣ୍ଟ୍‌ ଯୋଗୁ ଦେଶରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଥିବା ମତାମତ ଦେଇଥିଲେ। ଏହାକୁ ନେଇ ସିଙ୍ଗାପୁର ସରକାର କ୍ଷୋଭ ପ୍ରକାଶ କରିଥିଲେ। ସିଙ୍ଗାପୁରରେ ଅବସ୍ଥାପିତ ଥିବା ଭାରତର ହାଇ କମିଶନରଙ୍କୁ ଏନେଇ ଜବାବ୍‌ ତଲବ କରାଯାଇଥିଲା। ସିଙ୍ଗାପୁର ଦୂତାବାସ ପକ୍ଷରୁ ଟୁଇଟ୍‌ କରି କୁହାଯାଇଥିଲା ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନୂଆ ଭାରିଆଣ୍ଟ୍‌ ନେଇ ଦେଇଥିବା ମତାମତରେ କୌଣସି ସତ୍ୟତା ନାହିଁ। ତେବେ ଫାଇଲୋଜେନେଟିକ୍‌ ଟେଷ୍ଟ୍‌ରୁ ଜଣାପଡ଼ିଛି ଯେ, ସିଙ୍ଗାପୁରରେ କେତେକ କରୋନା ଆକ୍ରାନ୍ତଙ୍କଠାରେ ବି.୧.୬୧୭.୨ ଭାରିଆଣ୍ଟ୍‌ ରହିଛି।

ସିଙ୍ଗାପୁର ପକ୍ଷରୁ ଆପତ୍ତି ପ୍ରକାଶ ପାଇବା ପରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଜୟଶଙ୍କର ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିଥିଲେ। ଜୟଶଙ୍କରଙ୍କ ଟୁଇଟ୍‌ କେଜରିଓ୍ବାଲଙ୍କ ପାଇଁ ଛାଟ ସଦୃଶ୍ୟ ସାବ୍ୟସ୍ତ ହୋଇଛି। ଜୟଶଙ୍କରର ଟୁଇଟ୍‌ ପରେ ସିଙ୍ଗାପୁର ସରକାର ସନ୍ତୋଷ ପ୍ରକାଶ କରିବା ସହିତ କରୋନା ବିରୋଧରେ ଏକାଠି ଲଢ଼େଇ ଜାରି ରଖିବାକୁ କହିଛନ୍ତି। ଏନେଇ ସିଙ୍ଗାପୁର ବହିର୍ବ୍ୟାପାର ମନ୍ତ୍ରୀ ଭିଭିଆନ୍‌ ବାଲକ୍ରିଷ୍ଣନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri