Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ କେଜରିଓ୍ବାଲ୍‌ଙ୍କ ନିବେଦନ: ଆମ ମନ୍ତ୍ରୀମାନଙ୍କୁ ଏକାଠି କରନ୍ତୁ ଗିରଫ

ନୂଆଦିଲ୍ଲୀ,୨।୬: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଗିରଫଦାରିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜରିୱାଲ କହିଛନ୍ତି, ଇଡି ସହାୟତାରେ କେନ୍ଦ୍ର ସରକାର ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଏକ ମିଛ ମାମଲା ରୁଜୁ କରି ତାଙ୍କୁ ଜେଲ ପଠାଯାଇଛି। ଏବେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ଅଛନ୍ତି। ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରୁଛି, ସେ ଆମ ମନ୍ତ୍ରୀମାନଙ୍କୁ ଗୋଟିଏ ପରେ ଗୋଟିଏ ନୁହେଁ ବରଂ ଏକାଠି ଗିରଫ କରନ୍ତୁ। ଗିରଫଦାରିକୁ ଆମେ ଭୟ କରୁନାହୁଁ।
ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆସନ୍ତା କିଛିଦିନ ମଧ୍ୟରେ କେନ୍ଦ୍ର ସରକାର ମନୀଷ ସିସୋଡିଆଙ୍କୁ ମଧ୍ୟ ଗିରଫ କରିବାକୁ ଯାଉଥିବା ଏକ ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ମିଳିଛି। ମନୀଷଙ୍କ ବିରୋଧରେ କିଛି ନକଲି ମାମଲା ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର ସମସ୍ତ ଅନୁସନ୍ଧାନକାରୀ ସଂସ୍ଥାକୁ କହିଛନ୍ତି। ମନୀଷ ହେଉଛନ୍ତି ସର୍ବୋତ୍ତମ ଶିକ୍ଷା ମନ୍ତ୍ରୀ। ଦିଲ୍ଲୀର ସରକାରୀ ବିଦ୍ୟାଳୟରେ ୧୮ ଲକ୍ଷ ପିଲା ଅଧ୍ୟୟନ କରନ୍ତି, ମନୀଷ ଜୀ ଏହି ପିଲାମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଭରସା ଦେଇଛନ୍ତି। ମୁଁ ଭାବୁଛି ସତ୍ୟେନ୍ଦ୍ର ଜୈନ ଏବଂ ମନୀଷଙ୍କୁ ମିଛ ମାମଲାରେ ଜେଲରେ ରଖି ଏମାନେ ଦିଲ୍ଲୀର ଶିକ୍ଷା ଏବଂ ସ୍ବାସ୍ଥ୍ୟ କ୍ଷେତ୍ରରେ କରାଯାଉଥିବା ଭଲ କାର୍ଯ୍ୟକୁ ବନ୍ଦ କରିବାକୁ ଚାହୁଁଛନ୍ତି। କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ, ମୁଁ ତାହା ହେବାକୁ ଦେବି ନାହିଁ। ଭଲ କାମ ଜାରି ରହିବ।
କେଜରିୱାଲ ଆହୁରି ମଧ୍ୟ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀଙ୍କୁ ହାତଯୋଡି ଅନୁରୋଧ କରୁଛି, ଗୋଟିଏ ପରେ ଗୋଟିଏ ଜେଲରେ ରଖିବା ପରିବର୍ତ୍ତେ ଆପଣ ସମସ୍ତ ଏଏପି ମନ୍ତ୍ରୀ, ବିଧାୟକଙ୍କୁ ଜେଲରେ ରଖନ୍ତୁ।
ସୂଚନାଯୋଗ୍ୟ, ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ସୋମବାର ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ସତ୍ୟେନ୍ଦ୍ରଙ୍କୁ ଦିଲ୍ଲୀ କୋର୍ଟ ଦ୍ୱାରା ୯ ଜୁନ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?