Posted inଜାତୀୟ

ଆମେ ଅଟକିବୁନି, ଏଣିକି ୧୫୦ ସ୍ପିଡ୍‌ରେ କାମ ହେବ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାରର ଦୁଇ ମନ୍ତ୍ରୀ ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ବୁଧବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବିଧାୟକଙ୍କ ସହ ଏକ ବୈଠକ କରିଥିଲେ। ବିଧାୟକଙ୍କ ସହ ବୈଠକ ପରେ ଅରବିନ୍ଦ କେଜ୍‌ରିୱାଲ ତାଙ୍କ ବାସଭବନରୁ ବିଧାନସଭାକୁ ଯାଇଥିଲେ। ସେ ସେଠାରେ ସମସ୍ତ କାଉନସିଲରଙ୍କ ସହ ଏକ ବୈଠକ କରିଥିଲେ।
ବୈଠକ ପରେ କେଜ୍‌ରିୱାଲ କହିଛନ୍ତି, ଅବକାରୀ ନୀତିରେ କୌଣସି ଦୁର୍ନୀତି ହୋଇନାହିଁ। ଆମେ କରୁଥିବା କାମ ପ୍ରଧାନମନ୍ତ୍ରୀ କରିପାରିବ ନାହିଁ। ଆମକୁ କାମ କରିବାରୁ ଅଟକା ଯାଉଛି। କିନ୍ତୁ ଦିଲ୍ଲୀରେ କାମ ବନ୍ଦ ହେବ ନାହିଁ। ଆମେ ଉଭୟ ମନ୍ତ୍ରୀଙ୍କୁ ପରିବର୍ତ୍ତନ କରିଛୁ। ସୌରଭ ଏବଂ ଆତିଶି ଶିକ୍ଷିତ ଲୋକ। ଡବଲ ସ୍ପିଡରେ ଭଲ କାମ କରିବେ। ପୂର୍ବରୁ ୮୦ ବେଗରେ କାମ ହେଉଥିଲା, ଏବେ ୧୫୦ ବେଗରେ କାମ ହେବ। ଯଦି ମନୀଷ ସିସୋଡିଆ ଶିକ୍ଷା କ୍ଷେତ୍ରରେ ଭଲ କାମ କରି ନ ଥାନ୍ତେ, ତେବେ ମୋଦିଜି ସିସୋଡିଆଜିଙ୍କୁ ଗିରଫ କରିଥାନ୍ତେ କି? ସତ୍ୟେନ୍ଦ୍ର ଜୈନଙ୍କ ସହ ମଧ୍ୟ ସମାନ ଘଟଣା ଘଟିଛି। ଯଦି ମନୀଷ ଏବଂ ସତ୍ୟେନ୍ଦ୍ର ଭାଜପାରେ ଯୋଗ ଦିଅନ୍ତି, ତେବେ ସବୁକିଛି ଠିକ୍‌ ହୋଇଯିବ। ପଞ୍ଜାବ ଜିତିବା ପରଠାରୁ ଏହି ଲୋକମାନେ ସହି ପାରୁନାହାନ୍ତି। ତେଣୁ ଆମକୁ ଅଟକାଇବାକୁ ଚେଷ୍ଟା କରୁଛନ୍ତି।
ସୂଚନାଯୋଗ୍ୟ, ଦୁର୍ନୀତି ଅଭିଯୋଗରେ ଜେଲ୍‌ ଯାଇଥିବା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ କେଜ୍‌ରିୱାଲ ବିଧାୟକ ଆତିଶୀ ଏବଂ ସୌରଭ ଭରଦ୍ୱାଜଙ୍କୁ ନୂଆ ମନ୍ତ୍ରୀ ପାଇଁ ଉପରାଜ୍ୟପାଳଙ୍କୁ ସୁପାରିଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?