ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌

ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି ସରକାର ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ତାମିଲ ଦେବା ପାଇଁ ଯୋଜନା କରିଛନ୍ତି। ଏନେଇ ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଏହି ସ୍ବାସ୍ଥ୍ୟସହାୟକଙ୍କୁ ୨ ସପ୍ତାହ ଧରି ଟ୍ରେନିଂ ଦିଆଯିବ। ଆଉ ଏହି ଟ୍ରେନିଂ ଆଇପି ୟୁନିଭର୍ସିଟି ଦେବ। ସମସ୍ତ ୫ହଜାର ଯୁବବର୍ଗଙ୍କୁ ଦିଲ୍ଲୀର ୯ଟି ବଡ଼ ମେଡିକାଲ ଇନ୍‌ଷ୍ଟିଚ୍ୟୁଟରେ ସାଧାରଣ ତାଲିମ୍‌ ପ୍ରଦାନ କରାଯିବ। ଏହି ଯୁବବର୍ଗ ଡାକ୍ତର ଓ ନର୍ସଙ୍କ ନିର୍ଦ୍ଦେଶରେ କାମ କରିବେ। ହୋମ୍‌ କେୟାର କିମ୍ବା ପ୍ରାଥମିକ ଚିକିତ୍ସାରେ ସେମାନଙ୍କ ସହାୟତା ନିଆଯିବ ବୋଲି କେଜରିଓ୍ବାଲ କହିଛନ୍ତି। ଏତଦ୍‌ ବ୍ୟତୀତ ଟିକାକରଣ, ରକ୍ତଚାପ ଯାଞ୍ଚ, ଡାଏପର ବଦଳାଇବା ଓ ନମୁନା ନେବା ଆଦି କାର୍ଯ୍ୟ ଉପରେ ସେମାନଙ୍କୁ ଟ୍ରେନିଂ ଦିଆଯିବ। ସେମାନେ ଯେତେଦିନ ଯାଏ କାମ କରିବେ ସେତେ ଦିନର ଦରମା ଦିଆଯିବ। ଏଥିପାଇଁ ଜୁନ ୧୭ରୁ ଆବେଦନ ଗ୍ରହଣ କରାଯିବ ଏବଂ ଜୁନ ୨୮ରୁ ଟ୍ରେନିଂ ଆରମ୍ଭ ହେବ। ତେବେ ଉକ୍ତ ସ୍ବାସ୍ଥ୍ୟସହାୟକଙ୍କ ହେବା ପାଇଁ ଦ୍ୱାଦଶ ପାସ୍‌ ହେବା ସହ ୧୮ବର୍ଷରୁ ଊର୍ଦ୍ଧ୍ୱ ବୟସ ହୋଇଥିବା ଜରୁରୀ ବୋଲି କେଜରିଓ୍ବାଲ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri