ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି । ଏହାରି ଭିତରେ ବ୍ରିଟେନକୁ ବିମାନସେବା ବନ୍ଦ ଥିବା ବେଳେ ଜାନୁୟାରୀ ପ୍ରଥମ ସପ୍ତାହରେ ଏହା ପୁଣିଥରେ ଚଳାଚଳ କରିବାର ଯୋଜନା ରହିଛି । ହେଲେ ଏହି ଅବଧିକୁ ୩୧ ଜାନୁୟାରୀ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ୱାରା ସାଧାରଣ ଜନତାଙ୍କ ସ୍ୱାସ୍ଥ୍ୟ ଭଲ ରହିବ ବା କରୋନାର ନୂଆ ଷ୍ଟ୍ରେନଠାରୁ ଦେଶବାସୀ ଦୂରେଇ ରହିବେ ବୋଲି କେଜରିୱାଲ କହିଛନ୍ତି । କେଜରିୱାଲ ଟୁଇଟ୍ କରି ଲେଖିଛନ୍ତି, ବ୍ରିଟେନ ବିମାନ ସେବା ପୁଣିଥରେ ଆରମ୍ଭ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ହେଲେ ବର୍ତ୍ତମାନ ବ୍ରିଟେନରେ କରୋନାର ଯେଉଁ ସ୍ଥିତି ରହିଛି ତାହା ଅତ୍ୟନ୍ତ ଜଟିଳ । ଏପଟେ ଦେଶବାସୀ ବହୁ କଷ୍ଟରେ କରୋନା ମହାମାରୀଠାରୁ ସାମାନ୍ୟ ଆଶ୍ୱସ୍ତ ହୋଇଥିବା ବେଳେ ପୁଣିଥରେ ବ୍ରିଟେନ ବିମାନ ସେବା ଆରମ୍ଭ କଲେ ଏହା ବୃଦ୍ଧି ପାଇବ ବୋଲି ସେ ମତ ରଖିଛନ୍ତି । ତେଣୁ ଏହି ପ୍ରତିବନ୍ଧକକୁ ହଟାଇ ଦେଶବାସୀଙ୍କୁ ଆଉ ଅସୁବିଧାରେ ପକା ନ ଯାଉ ବୋଲି ସେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri