Posted inଜାତୀୟ

ଉତ୍ତରାଖଣ୍ଡ ନିର୍ବାଚନ: ଭୋଟ ହାତେଇବାକୁ କେଜରିୱାଲଙ୍କ ବଡ ଘୋଷଣା

ଡେରାଡୁନ,୧୧ ।୭: ଉତ୍ତରାଖଣ୍ଡରେ ୨୦୨୨ରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ବଡ ଟକ୍କର ହେବ ବୋଲି ଆଲୋଚନା ହେଉଛି । ହେଲେ ଏମାନଙ୍କ ମଧ୍ୟରେ ତୃତୀୟ ଦଳ ଭାବେ ଟକ୍କର ଦେବାକୁ ଯାଉଛି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି) । ଏଥିପାଇଁ ରବିବାର କେଜରିୱାଲ ଡେରାଡୁନ ଗସ୍ତ କରିଛନ୍ତି । ଏହି ସମୟରେ ସେ ଭୋଟ ହାତେଇବାକୁ ଭୋଟରଙ୍କ ପାଇଁ କିଛି ଲୋଭନୀୟ ଘୋଷଣା କରିଛନ୍ତି । ସେ କହିଛନ୍ତି ଆମ ଆଦମୀ ପାର୍ଟି ସରକାର ଗଠନ କଲେ ୩୦୦ୟୁନିଟ ବିଜୁଳୀ ମାଗଣାରେ ଦେବା ସହ ପୁରୁଣା ବିଲ୍ ସମ୍ପୂର୍ଣ୍ଣ ଭାବେ ଛାଡ କରାଯିବ । ଏହାସହ ଉତ୍ତରାଖଣ୍ଡରେ ୨୪ ଘଣ୍ଟା ବିଜୁଳୀ ଯୋଗାଇ ଦିଆଯିବ । ଏହାସହ ଉତ୍ତରାଖଣ୍ଡ କୃଷକଙ୍କୁ ମାଗଣାରେ ବିଜୁଳୀ ଯୋଗାଇ ଦେବାକୁ କଥା ଦେଇଛନ୍ତି କେଜରିୱାଲ । ଡେରାଡୁନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରଥମେ ଉତ୍ତରାଖଣ୍ଡବାସୀଙ୍କ ନମସ୍କାର ଜଣାଇ କେଜରିୱାଲ ତାଙ୍କ କଥା ଆରମ୍ଭ କରିଥିଲେ । ସେ କହିଥିଲେ ଏହି ଦେବଭୂମୀରେ ଈଶ୍ୱର ସବୁ ଦେଇଛନ୍ତି ହେଲେ କେତେଜଣ ରାଜନୈତିକ ନେତା ଏହାକୁ ନଷ୍ଟ କରି ଚାଲିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri