Posted inଜାତୀୟ

ପୁଣି ସାକ୍ସେନାଙ୍କୁ ଟାର୍ଗେଟ୍‌ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଦିଲ୍ଲୀର ସରକାରୀ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡକୁ ତାଲିମ ପାଇଁ ପଠାଇବା ପ୍ରସଙ୍ଗରେ ଏବେ ପୁଣି ଥରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସାକ୍ସେନାଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି ଏଲ୍‌ଜିଙ୍କ କହିବା ଅନୁଯାୟୀ, ସେ ଶିକ୍ଷକମାନଙ୍କ ପାଇଁ ଫିନଲ୍ୟାଣ୍ଡ ପ୍ରଶିକ୍ଷଣ ପ୍ରସ୍ତାବକୁ କେବେ ବି ପ୍ରତ୍ୟାଖ୍ୟାନ କରିନାହାଁନ୍ତି। ଯଦି ଏପରି ତେବେ ଉପରାଜ୍ୟପାଳ ତୁରନ୍ତ ମୋତେ ଏକ ଚିଠି ଲେଖି କହିପାରିଥାନ୍ତେ ଯେ, ଫିନଲ୍ୟାଣ୍ଡରେ ଶିକ୍ଷକ ପ୍ରଶିକ୍ଷଣ ପ୍ରସ୍ତାବ ଉପରେ ତାଙ୍କର କୌଣସି ଆପତ୍ତି ନାହିଁ।
ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନେତୃତ୍ୱରେ ଆମ ଆଦମୀ ପାର୍ଟି (ଏଏପି)ର ବିଧାୟକମାନେ ସୋମବାର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିଲ୍ଲୀ ସରକାରଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି। ଏହି ସମୟରେ କେଜ୍‌ରିଓ୍ବାଲ କହିଛନ୍ତି, ଦୁର୍ଭାଗ୍ୟଜନକ ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଏଏପି ବିଧାୟକମାନଙ୍କୁ ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା କରିବାକୁ ପଡୁଛି। ମୁଁ ଆଶା କରୁଛି ଉପରାଜ୍ୟପାଳ ତାଙ୍କ ଭୁଲ୍‌କୁ ସୁଧାରିବା ସହ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡରେ ତାଲିମ ଦେବା ପାଇଁ ଅନୁମତି ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri