ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା ବେଳେ ବିସ୍ଫୋରଣର ଶବ୍ଦ ଦୂରଦୂରାନ୍ତ ପର୍ଯ୍ୟନ୍ତ ଶୁଣାଯାଇଥିଲା। ଏହି ଦୁର୍ଘଟଣାରେ ଏଯାବତ୍ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି । ଘଟଣା ପରେ ପୂରା ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ବିସ୍ଫୋରଣ ପରେ ଲୋକମାନେ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ିଥିଲେ। ଖବର ପାଇବା ମାତ୍ରେ ଦମକଳ ବାହିନୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ପୋଲିସର ସୂଚନା ଅନୁସାରେ, ଏକ ଟ୍ରକ୍‌ରୁ CNG ପମ୍ପକୁ ଗ୍ୟାସ୍‌ ରିଫିଲିଂ କରାଯାଉଥିବା ସମୟରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏଥିରେ CNG ଭରୁଥିବା କର୍ମଚାରୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବାବା ହରିଦାସ କଲୋନୀର ୨୫ ବର୍ଷୀୟ ମନୀଷ ଥିବା ଜଣାପଡ଼ିଛି। ଦୁର୍ଘଟଣାର ଖବର ଅପରାହ୍ନ ୩ଟା ୪୬ ମିନିଟ୍‌ରେ ଦମକଳ ବିଭାଗକୁ ଦିଆଯାଇଥିଲା। ବିସ୍ଫୋରଣ ପରେ ପମ୍ପ ପରିସରରେ ଆତଙ୍କ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକ ଓ ପୋଲିସ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ସେଠାରେ ସେମାନଙ୍କ ଚିକିତ୍ସା ଚାଲିଛି। ବିସ୍ଫୋରଣ ଯୋଗୁଁ ପମ୍ପ ପରିସର ସହ ଆଖପାଖର କିଛି ଢାଞ୍ଚା ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ଖବର ମିଳିଛି। ଏହାପରେ ଏହି CNG ଷ୍ଟେସନକୁ ତୁରନ୍ତ ବନ୍ଦ କରି ଦିଆଯାଇଛି ଏବଂ ସୁରକ୍ଷା ଦୃଷ୍ଟିରୁ ଚାରିପଟେ ସୁରକ୍ଷା ବଳୟ କରାଯାଇଛି।

ବିସ୍ଫୋରଣର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ CNG ରିଫିଲିଂ ପାଇଁ ଆସିଥିବା ଟ୍ରକ୍‌କୁ ଜବତ କରିଛି । ଗ୍ୟାସ୍‌ ଭରିବା ସମୟରେ ହଠାତ୍‌ ବିସ୍ଫୋରଣ କିପରି ଘଟିଲା, ତାହାର ତଦନ୍ତ ଚାଲିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri