ଗତ ୨୪ଘଣ୍ଟାରେ ରାଜଧାନୀରେ ୧୦୪୨କରୋନା ଆକ୍ରାନ୍ତ ଚିହ୍ନଟ, ୨ମୃତ

ନୂଆଦିଲ୍ଲୀ,୨୨।୪: ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମିବା ପରେ ଗତ କିଛି ଦିନରୁ ପୁଣି ଥରେ ଦ୍ରୁତ ଗତିରେ କରୋନା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ଗତ ୨୪ଘଣ୍ଟାରେ ୧୦୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ କରୋନାଜନିତ ୨ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜଧାନୀରେ ବର୍ତ୍ତମାନ ପଜିଟିଭିଟି ହାର ୪ପ୍ରତିଶତରୁ ଊର୍ଦ୍ଧ୍ୱ ରହିଛି। ସେହପିରି ଗୁରୁବାର ମଧ୍ୟ ଏଠାରେ ୯୬୫ କରୋନା ମାମଲା ରେକର୍ଡ କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପଟେ କରୋନା ମାମଲାକୁ ନେଇ ରାଜ୍ୟ ସରକାର ପ୍ରତିକ୍ରିୟା ରଖିଛନ୍ତି। ବର୍ତ୍ତମାନ ସ୍ଥିତି ପୁରା ନିୟନ୍ତ୍ରଣରେ ରହିଛି, ଭୟ କରିବାର ଆବଶ୍ୟକତା ନାହିଁ। ହସ୍ପିଟାଲରେ ମଧ୍ୟ ବେଡ୍‌ ସଂଖ୍ୟା ବୃଦ୍ଧି କରାଯାଉଛି ବୋଲି ରାଜ୍ୟ ସରକାର କହିଛନ୍ତି। କିନ୍ତୁ ସାର୍ବଜନୀନ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ ଏବଂ କୋଭିଡ କଟକଣାକୁ କଡ଼ାକଡି କରାଯାଇଛି ବୋଲି ଦିଲ୍ଲୀ ସରକାର କହିଛନ୍ତି। ଅନ୍ୟପଟେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ସ୍କୁଲ ପାଇଁ ଏକ ନୂଆ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଯଦି କେହି ବି ଛାତ୍ର କରୋନାରେ ଆକ୍ରାନ୍ତ ହୁଅନ୍ତି ତେବେ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏତଦ୍‌ବ୍ୟତୀତ ଆବଶ୍ୟକତା ପଡ଼ିଲେ ପୁରା ସ୍କୁଲକୁ ମଧ୍ୟ ବନ୍ଦ କରିବାକୁ ସ୍କୁଲ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇପାରେ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri