ରାଜଧାନୀରେ ଡରାଉଛି କରୋନା: ଗତ ୨୪ଘଣ୍ଟାରେ ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୬: ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀରେ କରୋନା ମାମଲା ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ୨୪ ଘଣ୍ଟାରେ ୧,୦୬୦ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଚିନ୍ତାର ବିଷୟ ହେଉଛି ଯେ, ସଂକ୍ରମଣ ହାର ୧୦ପ୍ରତିଶତ ଅତିକ୍ରମ କରିସାରିଛି। ବର୍ତ୍ତମାନ ଦିଲ୍ଲୀରେ ପଜିଟିଭିଟି ହାର ୧୦.୦୯ପ୍ରତିଶତ ରହିଛି। ଗତ କିଛି ଦିନରୁ ଏହି ସଂଖ୍ୟା ୬ରୁ ୭ ପ୍ରତିଶତ ମଧ୍ୟରେ ରହୁଥିଲା। ହେଲେ ଗୋଟିଏ ଦିନରେ ସଂକ୍ରମଣ ହାର ବୃଦ୍ଧି ପାଇଥିବା ନଜର ଆସିଛି। ରବିବାର ଦିଲ୍ଲୀରେ ୧,୫୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ସୂଚନା ମୁତାବକ, ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦,୫୦୬ କରୋନା ଟେଷ୍ଟ କରାଯାଇଛି। ସେଥିମଧ୍ୟରେ ୯,୧୭୬ ଆରଟିପିସିଆର ଓ ୧,୩୩୦ ଆଣ୍ଟିଜେନ ଟେଷ୍ଟ ରହିଛି। ଏଭଳି ସ୍ଥିତିରେ କମ୍‌ ପରୀକ୍ଷଣ ସତ୍ତ୍ୱେ ସଂକ୍ରମଣ ହାର ୧୦ପ୍ରତିଶତରୁ ଅଧିକ ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହାଦ୍ୱାରା ଜଣାପଡ଼ୁଛି ଯେ, ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଅନ୍ୟପଟେ ମହାରାଷ୍ଟ୍ରରେ ବି କରୋନା ମିଟର ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଏବେ ସମସ୍ତଙ୍କୁ ଭୟଭୀତ କରାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri