Posted inଜାତୀୟ

ରେସଲର ସାଗର ଧନକର ହତ୍ୟା ମାମଲା: ସୁଶୀଲ କୁମାରଙ୍କ ନାଁରେ ଚାଲିବ ହତ୍ୟା ମାମଲା

ନୂଆଦିଲ୍ଲୀ,୧୨।୧୦: ରେସଲର ସାଗର ଧନକର ହତ୍ୟା ମାମଲାରେ ରେସଲର ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ସୁଶୀଲ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀ କୋର୍ଟ। ସୁଶୀଲ କୁମାରଙ୍କ ସହ ୧୭ ଜଣଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଦିଲ୍ଲୀର ରୋହିଣୀ କୋର୍ଟ ସୁଶୀଲ କୁମାରଙ୍କ ସମେତ ୧୮ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଦଙ୍ଗା, ବେଆଇନ ଜନସମାଗମ ତଥା ଅନ୍ୟ ବିଭାଗ ଅଧୀନରେ ଅପରାଧିକ ଷଡଯନ୍ତ୍ର ପାଇଁ ଚାର୍ଜଫ୍ରେମ କରିଛନ୍ତି।
୨୦୨୧ରେ, ମେ ୪-୫ ରାତିରେ ସୁଶୀଲ କୁମାର ତାଙ୍କର କିଛି ସାଥୀଙ୍କ ସହ ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ପହଞ୍ଚି ରେସଲର ସାଗର ଧନଖରଙ୍କ ସହ ଝଗଡା କରି ମାରପିଟ୍‌ କରିଥିଲେ। ଏହି ଘଟଣାରେ ସାଗର ଗୁରୁତର ଆହତ ହୋଇଥିଲେ ଏବଂ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ସୁଶୀଲ କୁମାର ଫେରାର ହୋଇଯାଇଥିଲେ। ଫେରାର ହେବାର ୧୭ ଦିନ ପରେ ସେ ଗିରଫ ହୋଇଥିଲେ। ବର୍ତ୍ତମାନ ସୁଶୀଲ କୁମାର ଏବଂ ହତ୍ୟା ମାମଲାରେ ଅଭିଯୁକ୍ତମାନେ ତିହାର ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri