Posted inଜାତୀୟ

ଦୁଇଟି ଭୋଟର ଆଇଡି କାର୍ଡ ରଖିବା ଅଭିଯୋଗରେ କେଜରିଓ୍ବାଲଙ୍କ ପତ୍ନୀଙ୍କୁ କୋର୍ଟରୁ ସମନ

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀର ଏକ କୋର୍ଟ ଦୁଇଟି ବିଧାନସଭା ଆସନର ମତଦାନ ସୂଚୀରେ ନିଜର ନାମ ଥିବା ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଙ୍କ ପତ୍ନୀ ସୁନିତା କେଜରିଓ୍ବାଲଙ୍କୁ ସମନ ଜାରି କରିଛନ୍ତି। ସୁନିତା ଆଇନ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ମହାନଗର ନିଗମ ମାଜିଷ୍ଟ୍ରେଟ ଅରଜିନ୍ଦର କୌର ନଭେମ୍ବର ୧୮ରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହରିଶ ଖୁରାନାଙ୍କ ଆବେଦନ ଉପରେ ସୁନୀତା କେଜରିୱାଲଙ୍କୁ ଅଭିଯୁକ୍ତ ଭାବେ ଡକାଇଛନ୍ତି। ଭାଜପା ନେତା ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ପତ୍ନୀ ଲୋକ ପ୍ରତିନିଧୀ ନିୟମର ଉଲ୍ଲଂଘନ କରିଛନ୍ତି।
ଅଗଷ୍ଟ୨୯ରେ ଏହି ମାମଲାରେ ପାସ ହୋଇଥିବା ଏକ ଆଦେଶରେ କୋର୍ଟ କହିଛନ୍ତି, ‘ଅଭିଯୋଗକାରୀ ଏବଂ ଅନ୍ୟ ସାକ୍ଷୀଙ୍କ ସାକ୍ଷ୍ୟକୁ ବିଚାର କରିବା ପରେ, ଏହି ଅଦାଲତ ମତ ଦେଇଛନ୍ତି ଯେ ଅଭିଯୁକ୍ତ ସୁନୀତା କେଜରିୱାଲଙ୍କ ବିରୋଧରେ ଲୋକ ପ୍ରତିନିଧୀ ଅଧିନିୟମ ୧୯୫୦ ଧାରା ୩୧ ଅନୁଯାୟୀ ଦଣ୍ଡନୀୟ ଅପରାଧ ପାଇଁ ଏକ ପ୍ରିମା ଫେସ ମାମଲା ଅଛି। ତେଣୁ ଅଭିଯୁକ୍ତକୁ ଡକାଇବା ଆବଶ୍ୟକ, ସୂଚନାଯୋଗ୍ୟ, ଏହି ଅପରାଧ ପାଇଁ ସର୍ବାଧିକ ଦୁଇ ବର୍ଷ ଦଣ୍ଡର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri