Posted inଜାତୀୟ

ଶତ୍ରୁ ଦେଶର ହନିଟ୍ରାପରେ ଭାରତୀୟ ବାୟୁସେନା ଯବାନ, ଗିରଫ କଲା ଦିଲ୍ଲୀ କ୍ରାଇମ ବ୍ରାଞ୍ଚ

ନୂଆଦିଲ୍ଲୀ,୧୨ ।୫: ଏବେ ଶ୍ରତୁ ଦେଶ ଉପରେ ଆକ୍ରମଣ କରିବାକୁ ଗୁପ୍ତଚରଙ୍କୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି । ଏଥିରେ କିଛି ଦେଶ ହନିଟ୍ରାପ ବ୍ୟବହାର କରି ଶତ୍ରୁ ଦେଶର ଯବାନମାନଙ୍କୁ ଟାର୍ଗେଟ କରିଛନ୍ତି । ଫଳରେ ସୁରକ୍ଷା ସହ ଜଡିତ ତଥ୍ୟ ବାହାର କରିବା ସହଜସାଧ୍ୟ ହୋଇପାରିବ । ଏମିତି ଏକ ମାମଲାରେ ଦିଲ୍ଲୀ ପୋଲିସକୁ ସଫଳତା ମିଳିଛିି ।
ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଭାରତୀୟ ବାୟୁ ସେନାର ଜଣେ ଯବାନଙ୍କୁ ଗୁପ୍ତଚର କରୁଥିବା ମାମଲାରେ ଗିରଫ କରିଛି । ଅଭିଯୁକ୍ତଙ୍କ ନାମ ଦେବେନ୍ଦ୍ର ଶର୍ମା ବୋଲି କୁହାଯାଇଛି । ଅଭିଯୋଗ ହୋଇଛି କି ଦେବେନ୍ଦ୍ର ଶର୍ମାଙ୍କୁ ପ୍ରଥମେ ହନିଟ୍ରାପରେ ଫସାଇ ଭାରତୀୟ ବାୟୁସେନା ସହ ଜଡିତ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରିବାକୁ ପ୍ରୟାସ କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଦେବେନ୍ଦ୍ର ଶର୍ମାଙ୍କୁ ହନିଟ୍ରାପରେ ଫସାଇ ଉଚ୍ଚ ଅଧିକାରୀଙ୍କ ନାମ ଠିକଣା ସହ କେତେ ରାଡାର ଲଗାଯାଇଛି ତା’ର ତଥ୍ୟ ବାହାର କରାଯାଇଛି । ଫଳରେ ଭିବଷ୍ୟତରେ ଦେଶରେ ବଡ ଧରଣର ଅଘଟଣ ଘଟିବାର ସମ୍ଭାବନା ରହିଛି । ତେବେ ଗୁଇନ୍ଦା ସଂସ୍ଥା ଦ୍ୱାରା ଦିଲ୍ଲୀ ପୋଲିସକୁ ମିଳିଥିବା ଇନପୁଟ ଆଧାରରେ ୬ ମେ’ରେ ଦେବେନ୍ଦ୍ରଙ୍କୁ ଗିରଫ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri