Posted inଜାତୀୟ

ସ୍ପାଇସ୍‌ଜେଟ୍‌ ବିମାନରେ ଘଣ୍ଟାଏ ଯାଏ ଚାଲିଲା ନାହିଁ AC, ଗରମରେ ଅଣନିଶ୍ୱାସୀ ହେଲେ ଯାତ୍ରୀ, Video

ନୂଆଦିଲ୍ଲୀ,୧୯।୬: ବିମାନରେ କାମ କଲା ନାହିଁ ଏସି। ଫଳରେ ଝାଳରେ ତିନ୍ତିଲେ ଲୋକେ। ଏଭଳି ଏକ ଘଟଣା ଦିଲ୍ଲୀରୁ ଦରଭଙ୍ଗା ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନରେ ଘଟିଛି।
ବୁଧବାର ଏସ୍‌ଜି-୪୮୬ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅପେକ୍ଷା କରିଥିଲା। ପ୍ରାୟ ଏକ ଘଣ୍ଟା ଧରି ଯାତ୍ରୀ ଟେକ୍‌ ଅଫ୍‌ ପାଇଁ ଅପେକ୍ଷା କରି ରହିଥିବା ବେଳେ ଏସି ଚାଲି ନ ଥିଲା। ଏନେଇ ଯାତ୍ରୀମାନେ ବାରମ୍ବାର ଅଭିଯୋଗ କରିଥିଲେ ହେଁ ସମାଧାନ ହୋଇ ନ ଥିଲା। ଫଳରେ ଏଭଳି ସ୍ଥିତି ଉପୁଜିଥିଲା ଯେ ବାଧ୍ୟ ହୋଇ ଲୋକେ ପାଖରେ ଥିବା କାଗଜ, ମାଗାଜିନ୍‌, ପାମ୍ପଲେଟ୍‌କୁ ବିଞ୍ଚଣା ଭଳି ବ୍ୟବହାର କରିଥିଲେ। ଏପରି ପ୍ରବଳ ଗରମ ହେତୁ କିଛି ଯାତ୍ରୀ ଅସୁସ୍ଥ ଅନୁଭବ କରିଥିଲେ। ଭେଣ୍ଟିଲେଶନ ଅଭାବ ଯୋଗୁ ବୃଦ୍ଧ ଏବଂ ଛୋଟ ପିଲା ଅଣନିଶ୍ୱାସୀ ହୋଇପଡ଼ିଥିଲେ।
ତେବେ ଘଟଣାକୁ ନେଇ ଯାତ୍ରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଚେକ୍‌ଇନ୍‌ର ଏକ ଘଣ୍ଟା ଯାଏ ଏସି ସୁଇଚ୍‌ ଅନ୍‌ କରାଯାଇଥିବା ଅଭିଯୋଗ କରିଛନ୍ତି। ପରେ ବିମାନ ଉଡାଣ ଭରିବା ପରେ ଏସି ସୁଇଚ୍‌ ଅନ୍‌ କରାଯାଇଥିଲା ବୋଲି କିଛି କହିଛନ୍ତି। ତେବେ ଘଟଣାର ଭିଡିଓ ଭାଇରାଲ ହେଉଥିଲେ ହେଁ ଏନେଇ ବିମାନ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri