Posted inଜାତୀୟ

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ସିବିଆଇ ମନୀଷ ସିସୋଡିଆଙ୍କୁ ଗିରଫ କରିଛି। ସିସୋଡିଆ ରବିବାର ଏକ୍ସାଇଜ ପଲିସି ସ୍କାମରେ ସିବିଆଇ ଯାଞ୍ଚରେ ଯୋଗ ଦେଇଥିଲେ। ସେ ସକାଳ ୧୧.୧୦ରେ ସିବିଆଇ ମୁଖ୍ୟାଳୟରେ ପହଞ୍ଚିଥିଲେ। ଯାଞ୍ଚରେ ଯୋଗଦେବା ପୂର୍ବରୁ ସେ ଅନ୍ୟ ଦଳର ନେତା ସଞ୍ଜୟ ସିଂ ଏବଂ ସୌରଭ ଭରଦ୍ୱାଜଙ୍କ ସହ ପୂଜାପାଠ କରିବା ପାଇଁ ରାଜଘାଟକୁ ଯାଇଥିଲେ।
ଏହାପୂର୍ବରୁ ସିସୋଡିଆ ହିନ୍ଦୀରେ ଟୁଇଟ କରି ଆଜି ସିବିଆଇ ମୁଖ୍ୟାଳୟକୁ ଯାଇ ମୁଁ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବି। ଲକ୍ଷ ଲକ୍ଷ ପିଲାଙ୍କ ପ୍ରେମ ଏବଂ କୋଟି କୋଟି ଦେଶବାସୀଙ୍କ ଆଶୀର୍ବାଦ ଆମ ସହିତ ଅଛି। ମୋତେ କିଛି ମାସ ଜେଲରେ ରହିବାକୁ ପଡିଲେ ମୋତେ ଫରକ ପଡିବ ନାହିଁ। ମୁଁ ଦେଶ ପାଇଁ ଫାଶୀ ଖୁଣ୍ଟରେ ଝୁଲିଥିବା ଭଗତ ସିଂଙ୍କ ଅନୁଗାମୀ। ଏଭଳି ମିଥ୍ୟା ଅଭିଯୋଗ ହେତୁ ଜେଲ ଯିବା ଏକ ଛୋଟ କଥା।
ସିସୋଡିଆଙ୍କୁ ପୂର୍ବରୁ ଫେବୃଆରୀ ୧୯ରେ ସିବିଆଇରେ ହାଜର ହେବାକୁ କୁହାଯାଇଥିଲା, କିନ୍ତୁ ସେ ଏହି ଯାଞ୍ଚରେ ଯୋଗ ଦେଇ ନ ଥିଲେ ଏବଂ ବଜେଟ୍‌ ପାଇଁ ଏକ ସପ୍ତାହ ସମୟ ମାଗିଥିଲେ। ସିବିଆଇ ତାଙ୍କ ଅନୁରୋଧକୁ ଗ୍ରହଣ କରି ଯାଞ୍ଚରେ ଯୋଗଦେବା ପାଇଁ ଫେବୃଆରୀ ୨୬ରେ ତାଙ୍କୁ ଦ୍ୱିତୀୟ ନୋଟିସ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri