Posted inଜାତୀୟ

ଦୁଇଚାରି ଦିନରେ ମୋତେ ଗିରଫ କରାଯିବ, ହେଲେ ୨୦୨୪ ନିର୍ବାଚନ ହେବ ମୋଦି ବନାମ କେଜରିୱାଲ: ସିସୋଡିଆ

ନୂଆଦିଲ୍ଲୀ,୨୦ ।୮: ସିବିଆଇ ଚଢାଉକୁ ନେଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଶନିବାର ଗଣମାଧ୍ୟମକୁ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି । ସେ ସିଧାସଳଖ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ସିବିଆଇ-ଇଡିର ଭୟ ଦେଖାଉଛି । ଇଡି-ସିବିଆଇ ଦମରେ ସେ କିଛି ସରକାର ଭାଙ୍ଗିବି ସାରିଲାଣି । ମୋତେ ବି ୨-୪ ଦିନ ମଧ୍ୟରେ ଗିରଫ କରାଯିବ । ହେଲେ ଆମେ ଭୟ କରିନୁ । ପଞ୍ଜାବ ନିର୍ବାଚନ ପରେ ସାରା ଦେଶରେ ଅରବିନ୍ଦ କେଜରିୱାଲଙ୍କ ଲୋକପ୍ରିୟତା ବଢିଛି । ହେଲେ ଏସବୁ କାମ କେଜରିୱାଲଙ୍କୁ ଅଟକାଇବାକୁ କରାଯାଇଛି ବୋଲି ସିସୋଡିଆ କହିଛନ୍ତି । ହେଲେ ଏମିତି ସମ୍ଭବ ହେବ ନାହିଁ । ୨୦୨୪ର ଲୋକ ସଭା ନିର୍ବାଚନ ମୋଦି ବନାମ କେଜରିୱାଲ ହେବ । ସେ କହିଛନ୍ତି ଅବକାରୀ ନୀତିରେ କୌଣସି ଘୋଟାଲା ହୋଇନାହିଁ ହେଲେ ତାଙ୍କୁ ଉପରୁ ନିର୍ଦ୍ଦେଶ ରହିଛି ।
ଭଗତ ସିଂଙ୍କ ଫଲୋୟର କହୁଥିବା ସିସୋଡିଆ କହିଛନ୍ତି, ଭାଜପା ଆମକୁ ଭାଙ୍ଗି ପାରିବ ନାହିଁ । ଆମେ ଦେଶର ହିତ ପାଇଁ ଜେଲ ଯିବାକୁ ପ୍ରସ୍ତୁତ ଅଛୁ । କେଜରିୱାଲଙ୍କ ସହ ଲକ୍ଷ ଲକ୍ଷ ପିଲା ଅଛନ୍ତି କୋଟି କୋଟି ଜନତାଙ୍କ ଆଶୀର୍ବାଦ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri