ହସ୍ପିଟାଲରେ ଭର୍ତ୍ତି ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

ନୂଆଦିଲ୍ଲୀ, ୨୩।୯: କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆମ୍‌ ଆଦ୍‌ମୀ ପାର୍ଟିର ଏହି ୪୮ ବର୍ଷୀୟ ବରିଷ୍ଠ ନେତାଙ୍କୁ ସ୍ଥାନୀୟ ସରକାରୀ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏଠାରେ ପ୍ରକାଶଯୋଗ୍ୟ, ସେପ୍ଟେମ୍ବର ୧୪ରେ ସିସୋଦିଆ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନରେ ରହିଥିଲେ।
ମୁତାବକ, ସିସୋଦିଆ ଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେଉଥିବା କହିଥିଲେ। ତାଙ୍କର ଅମ୍ଲଜାନସ୍ତର ମଧ୍ୟ ହ୍ରାସ ପାଇଥିଲା। ଏଭଳି ପରିସ୍ଥିତିରେ ତାଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ମେଡିକାଲ ପକ୍ଷରୁ ବୁଲେଟିନ ଜାରି କରାଯାଇ ମନୀଷଙ୍କ ପରବର୍ତ୍ତୀ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ସୂଚନା ଦିଆଯିବ। ଏଥିପୂର୍ବରୁ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ଏକ ଘରୋଇ ହସ୍ପିଟାଲରେ ପ୍ଲାଜମା ଥେରାପି ଦିଆଯାଇଥିଲା। ପରେ ସେ କରୋନାରୁ ଆରୋଗ୍ୟ ହୋଇଥିଲେ।

Share