Posted inଜାତୀୟ

ବର୍ଷାରେ ଦିଲ୍ଲୀ ଉବୁଟୁବୁ

ନୂଆଦିଲ୍ଲୀ, ୨୦।୭(ପି.ଟି.): ଦିଲ୍ଲୀରେ ସୋମବାର ସକାଳୁ ପ୍ରବଳ ବର୍ଷା ଲାଗି ରହିବା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ଟ୍ରାଫିକ୍‌ ଜାମ୍‌ ସମସ୍ୟା ସୃଷ୍ଟି ହୋଇଥିଲା। ଆଇଟିଓ, ରିଙ୍ଗ୍‌ ରୋଡ୍‌, ପ୍ରଗତି ମଇଦାନ, ପାଲାମ, କିରାରି ଏବଂ ରୋହତକ୍‌ ରୋଡ୍‌ରେ ରାସ୍ତା ବୁଡ଼ିରହିଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦକ୍ଷିଣ-ପୂର୍ବ ଦିଲ୍ଲୀର ପୁଲ୍‌ ପ୍ରହଲାଦପୁର ରେଲ୍‌ଓ୍ବେ ଅଣ୍ଡରପାସ୍‌ ବୁଡ଼ିଯିବାରୁ ଗାଡ଼ିଗୁଡ଼ିକୁ ଅନ୍ୟ ରୁଟ୍‌ରେ ଛଡ଼ାଯାଇଥିଲା। ଉକ୍ତ ଅଣ୍ଡରପାସ୍‌ରେ ବୁଡ଼ି ଜଣେ ପ୍ରାଣ ହରାଇଥିବା ଜଣାପଡ଼ିଛି। ସେହିପରି ରିଙ୍ଗରୋଡ ମିଲେନିୟମ ପାର୍କ ନିକଟ, ସରଇ କାଲେ ଖାନ୍‌, କିଲୋକ୍ରି, ଆଇପି ଫ୍ଲାଏଓଭର ନିକଟ, ଧଉଳା କୁଆଁ, ବିକାଶ ମାର୍ଗ, ଆଜାଦପୁର ଆଦି ଅଞ୍ଚଳରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା। ଜଳ ନିଷ୍କାସନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି।
ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀ-ଏନସିଆର୍‌ ଅଞ୍ଚଳରେ ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଉତ୍ତର ଭାରତରେ ୨୧ ପର୍ଯ୍ୟନ୍ତ ଏବଂ ପଶ୍ଚିମ ଉପକୂଳରେ ୨୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି କୁହାଯାଇଛି। ଶନିବାର ରାତିରେ ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଘର ଭୁଶୁଡ଼ି ୩୦ ଜଣ ଏବଂ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri