ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଏହି କ୍ରମରେ ଦିଲ୍ଲୀରେ ପରିବେଶ ମନ୍ତ୍ରୀ ତଥା ଆପ୍‌ ନେତା ଗୋପାଲ ରାୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଗୋପାଲ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ନିକଟରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବାରୁ ସେ ପରୀକ୍ଷା କରାଇଥିଲେ। ତେବେ ଗୁରୁବାର ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଛି। ତେବେ ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର ଯତ୍ନ ନେବା ସହ ପରୀକ୍ଷା କରାଇ ନିଅନ୍ତୁ ବୋଲି ଗୋପାଲ ରାୟ ପରାମର୍ଶ ଦେଇଛନ୍ତି। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ କରୋନାରେ ସଂକ୍ରମିତ ହୋଇସାରିଛନ୍ତି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫ହଜାରରୁ ଉର୍ଦ୍ଧ୍ୱ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ଏଥିରେ ୯୯ଜଣଙ୍କ ମୃତ୍ୟୁ ଘଟିଛି। ଆସନ୍ତା ନଭେମ୍ବର ୨୦ରୁ ୨୪ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ କରୋନାରେ ମୃତ୍ୟୁ ହେଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri