Posted inଜାତୀୟ

ଇଡିରେ ହାଜର ହେଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀର ଅବକାରୀ ଦୁର୍ନୀତିରେ ଫସି ରହିଥିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ବିଆରଏସ ବିଧାୟକ କେ. କବିତା ଇଡିରେ ସୋମବାର ହାଜର ହୋଇଛନ୍ତି। କବିତା ଦିଲ୍ଲୀର ପିତାଙ୍କ ବାସଭବନରୁ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅବକାରୀ ଦୁର୍ନୀତିରେ ସିବିଆଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଥିବା ମନୀଷ ସିସୋଡିଆଙ୍କୁ ଗିରଫ କରିଥିଲେ।
ଇଡି ସମନ ପାଇବା ପରେ କେ. କବିତା କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ। ସେ ଏହାକୁ ଏକ ରାଜନୈତିକ ଷଡଯନ୍ତ୍ର ବୋଲି କହିଥିଲେ। ମାର୍ଚ୍ଚ ୨ରେ ଆମେ ମହିଳା ସଂରକ୍ଷଣ ବିଲ ସମ୍ବନ୍ଧରେ ଏକ ପୋଷ୍ଟର ପ୍ରକାଶ କରିଥିଲୁ। ଆମେ ଦିଲ୍ଲୀରେ ଏକ ହଡତାଳ କରିଥାନ୍ତୁ। ବିରୋଧୀ ଦଳର ୧୮ଟି ଦଳ ଏଥିରେ ଭାଗ ନେବାକୁ ଯାଉଥିଲେ। କିନ୍ତୁ ଏହାପୂର୍ବରୁ ଇଡି ମୋତେ ଡକାଇଲା।
ଅବକାରୀ ଦୁର୍ନୀତିରେ କବିତା ଆମ ଆଦମୀ ପାର୍ଟିର ନେତାମାନଙ୍କୁ ୧୦୦ କୋଟି ଟଙ୍କା ଲାଞ୍ଚ ଦେବାର ଅଭିଯୋଗ ରହିଛି। ଏହି ମାମଲାରେ ହାଇଦ୍ରାବାଦ ବ୍ୟବସାୟୀ ଅରୁଣ ପିଲ୍ଲାଇଙ୍କୁ ଗିରଫ କରାଯାଇଛି। ଅଭିଯୋଗ ହୋଇଛି ଯେ, ଅରୁଣଙ୍କ ଦ୍ୱାରା ପରିଚାଳିତ କମ୍ପାନୀ କବିତାଙ୍କର ଅଟେ। କବିତାଙ୍କର ୬୫ ପ୍ରତିଶତ ଅଂଶଧନ ଅଛି। ଅରୁଣ ଏହି କମ୍ପାନୀକୁ ପ୍ରତିନିଧିତ୍ୱ କରୁଥିଲେ। କୁହାଯାଉଛି ଯେ, କବିତା ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ଏକ ଚୁକ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri