Posted inଜାତୀୟ

ମଝି ଆକାଶରେ ବନ୍ଦ ହୋଇଗଲା ଇଣ୍ଡିଗୋ ବିମାନ ଇଞ୍ଜିନ, ମୁମ୍ବାଇରେ…

ମୁମ୍ବାଇ,୧୬।୭: ଦିଲ୍ଲୀରୁ ଗୋଆ ଅଭିମୁଖେ ଯାଉଥିବା ଇଣ୍ଡିଗୋ ବିମାନ (ଫ୍ଲାଇଟ୍‌ ନମ୍ବର 6E 6271) ବୁଧବାର ରାତିରେ ଏକ ଇଞ୍ଜିନ୍‌ରେ ତ୍ରୁଟି ଯୋଗୁଁ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି।

ରିପୋର୍ଟ ଅନୁଯାୟୀ, ବିମାନଟି ରାତି ୯:୪୨ରେ ସୁରକ୍ଷିତ ଭାବେ ଅବତରଣ କରିଥିଲା। ସୂତ୍ରରୁ ପ୍ରକାଶ ଯେ, ବିମାନର ପାଇଲଟ୍‌ ରାତି ୯:୨୫ରେ ଇଞ୍ଜିନ୍‌ରେ ତ୍ରୁଟି ଚିହ୍ନଟ କରି ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲକୁ ସତର୍କ କରାଇଥିଲେ। ଏହାପରେ ବିମାନଟିକୁ ମୁମ୍ବାଇକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଅବତରଣ କରାଯାଇଥିଲା।

ଏହି ଘଟଣାରେ କୌଣସି ଯାତ୍ରୀ କିମ୍ବା କ୍ରୁ ସଦସ୍ୟ ଆହତ ହୋଇ ନ ଥିବା ଜଣାପଡ଼ିଛି।ଇଣ୍ଡିଗୋର ଜଣେ ମୁଖପାତ୍ର କହିଛନ୍ତି, “ଦିଲ୍ଲୀରୁ ଗୋଆର ମନୋହର ଅନ୍ତର୍ଜାତୀୟ ବିମାନବନ୍ଦର ଅଭିମୁଖେ ଯାଉଥିବା ଫ୍ଲାଇଟ୍‌ 6E 6271ରେ ଏକ ଯାନ୍ତ୍ରିକ ସମସ୍ୟା ଚିହ୍ନଟ ହୋଇଥିଲା। ନିୟମାନୁସାରେ, ବିମାନଟିକୁ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଅବତରଣ କରାଯାଇଛି।”

ମୁଖପାତ୍ର ଆହୁରି କହିଛନ୍ତି ଯେ, ବିମାନଟି ପୁନଃ ଚାଲୁ ହେବା ପୂର୍ବରୁ ଆବଶ୍ୟକୀୟ ଯାଞ୍ଚ ଓ ମରାମତି କରାଯିବ। ଏହାସହ, ଯାତ୍ରୀମାନଙ୍କୁ ଗୋଆ ପହଞ୍ଚାଇବା ପାଇଁ ଏକ ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇଛି, ଯାହା ଶୀଘ୍ର ଯାତ୍ରା ଆରମ୍ଭ କରିବ।

ଇଣ୍ଡିଗୋ ତରଫରୁ ଏକ ବିବୃତିରେ କୁହାଯାଇଛି, “ଏହି ଅପ୍ରତ୍ୟାଶିତ ପରିସ୍ଥିତି ଯୋଗୁଁ ଯାତ୍ରୀମାନଙ୍କୁ ହୋଇଥିବା ଅସୁବିଧା ପାଇଁ ଆମେ ଦୁଃଖିତ। ଇଣ୍ଡିଗୋରେ ଯାତ୍ରୀ, କ୍ରୁ ଓ ବିମାନର ସୁରକ୍ଷା ଓ ନିରାପତ୍ତା ହେଉଛି ଆମର ପ୍ରମୁଖ ଅଗ୍ରାଧିକାର।”


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri