Posted inଜାତୀୟ

ଅବକାରୀ ନୀତି ଯୋଗୁ ଦିଲ୍ଲୀ ସରକାରଙ୍କ ୨,୦୦୨ କୋଟି କ୍ଷତି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସରକାର ବେଳର ଅବକାରୀ ନୀତିରେ ଅନେକ ଭୁଲ ନିଷ୍ପତ୍ତି ଯୋଗୁ ରାଜ୍ୟ ସରକାରଙ୍କୁ ୨,୦୦୨.୬୮ କୋଟି ଟଙ୍କାର ରାଜସ୍ବ କ୍ଷତି ସହିବାକୁ ପଡ଼ିଛି। ମଙ୍ଗଳବାର ଦିଲ୍ଲୀ ବିଧାନସଭାରେ ଉପସ୍ଥାପନ କରାଯାଇଥିବା କଣ୍ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି)ଙ୍କ ରିପୋର୍ଟରୁ ଏହା ଜଣାପଡ଼ିଛି। ୨୦୨୧ ନଭେମ୍ବରରେ ଏହି ତ୍ରୁଟିପୂର୍ଣ୍ଣ ଅବକାରୀ ନୀତି କାର୍ଯ୍ୟକାରୀ ହୋଇଥିବାବେଳେ ୨୦୨୨ ସେପ୍ଟେମ୍ବରରେ ଏହାକୁ ପ୍ରତ୍ୟାହାର କରିନିଆଯାଇଥିଲା। ଏହି ନୀତିରେ ଅନିୟମିତତା ଓ ଲାଞ୍ଚ କାରବାର ଅଭିଯୋଗରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ଅନ୍ୟ ନେତାମାନଙ୍କୁ ଜେଲ୍‌ ଯିବାକୁ ପଡ଼ିଥିଲା। ଗତ ମାସରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଆପ୍‌ ହାରିଯିବାର ଏହା ପ୍ରମୁଖ କାରଣ ଥିଲା।
ପ୍ରବଳ ହଟ୍ଟଗୋଳ ମଧ୍ୟରେ ସିଏଜି ରିପୋର୍ଟ ଉପସ୍ଥାପନ କରାଯାଇଥିବାବେଳେ ଗୃହରେ ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ବିରୋଧୀ ଦଳ ନେତା ଆତିଶୀଙ୍କ ସମେତ ୨୧ ଆପ୍‌ ବିଧାୟକଙ୍କୁ ୨୮ ତାରିଖ ପର୍ଯ୍ୟନ୍ତ ନିଲମ୍ବନ କରାଯାଇଛି। ଆପ୍‌ର ଏକମାତ୍ର ବିଧାୟକ ଅମନତୁଲ୍ଲା ଖାନ୍‌ ମଙ୍ଗଳବାର ଅନୁପସ୍ଥିତ ଥିବାରୁ ତାଙ୍କୁ ନିଲମ୍ବନ କରାଯାଇ ନାହିଁ। ରିପୋର୍ଟ ଅନୁଯାୟୀ, ମ୍ୟୁନିସିପାଲିଟିର ସ୍ପଷ୍ଟ ହୋଇ ନ ଥିବା ସ୍ଥାନରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆ ନ ଯିବାରୁ ୯୪୧.୫୩ କୋଟି ଟଙ୍କା କ୍ଷତି ହୋଇଥିବାବେଳେ ଲାଇସେନ୍ସ ଫେରାଯାଇଥିବା ୧୯ଟି ଜୋନ୍‌ ପାଇଁ ଟେଣ୍ଡର ଜାରି କରା ନ ଯିବାରୁ ୮୯୦.୧୫ କୋଟି କ୍ଷତି ସହିବାକୁ ପଡ଼ିଥିଲା। ଲାଇସେନ୍ସ ସରେଣ୍ଡର ଫଳରେ ସେହିସବୁ ଜୋନ୍‌ରୁ କୌଣସି ଅବକାରୀ ରାଜସ୍ବ ମିଳି ନ ଥିଲା। ଏହା ବ୍ୟତୀତ କୋଭିଡ୍‌-୧୯ ନାଁରେ ଲାଇସେନ୍ସଧାରୀଙ୍କ ଦେୟକୁ ଛାଡ଼ କରାଯିବାରୁ ୧୪୪ କୋଟି ଟଙ୍କା କ୍ଷତି ହୋଇଥିଲା। ସେହିପରି ଜୋନାଲ ଲାଇସେନ୍ସଧାରୀଙ୍କଠାରୁ ସିକ୍ୟୁରିଟି ଜମା ସଂଗ୍ରହ କରିବାରେ ତ୍ରୁଟି ଯୋଗୁ ୨୭ କୋଟି କ୍ଷତି ହୋଇଥିଲା। ଦିଲ୍ଲୀ ଅବକାରୀ ବିଭାଗ ଦିଲ୍ଲୀ ଅବକାରୀ ନିୟମାବଳୀ, ୨୦୧୦ର ରୁଲ୍‌ ୩୫କୁ ଉପଯୁକ୍ତ ଭାବେ କାର୍ଯ୍ୟକାରୀ କରି ନ ଥିଲା ବୋଲି ରିପୋର୍ଟରେ କୁହାଯାଇଛି। ଏହି କାରଣରୁ କେତେଜଣ ବେଶ୍‌ ଲାଭବାନ ହୋଇଥିଲେ। ଅନେକେ ମଦ ପାଇକାରୀ ବ୍ୟବସାୟୀ ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡସ୍‌ (ବିଆଇଏସ୍‌) ନିୟମାବଳୀ ଅନୁପାଳନ ଯାଞ୍ଚର ବାଧ୍ୟତାମୂଳକ ଗୁଣବତ୍ତା ପରୀକ୍ଷା କରି ନ ଥିଲେ। ଅବକାରୀ ନୀତିକୁ ବିରୋଧର ଅନ୍ୟତମ କାରଣ ହେଲା ସେଥିରେ ହୋଲ୍‌ସେଲର ମାର୍ଜିନକୁ ୫%ରୁ ୧୨%କୁ ବଢ଼ାଯାଇଥିଲା। ଏହି ୧୨ ପ୍ରତିଶତରୁ ଅଧା ହୋଲ୍‌ସେଲରମାନେ ଆପ୍‌ ନେତାଙ୍କୁ ଲାଞ୍ଚ ଭାବେ ଦେଇଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୂର୍ବରୁ କହିଥିଲା।
ମଙ୍ଗଳବାର ବାଚସ୍ପତି ବିଜେନ୍ଦର ଗୁପ୍ତା ୨୧ ଆପ୍‌ ବିଧାୟକଙ୍କୁ ୩ ଦିନ ପାଇଁ ନିଲମ୍ବନ କରିଛନ୍ତି। ଏହା ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଭାଷଣ ବେଳେ ସ୍ଲୋଗାନ ଦେବାରୁ ଆତିଶୀ ଏବଂ ପୂର୍ବତନ ଦିଲ୍ଲୀ ମନ୍ତ୍ରୀ ଗୋପାଳ ରାୟଙ୍କ ସମେତ ୧୨ ଜଣ ଆପ୍‌ ବିଧାୟକଙ୍କୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri