Posted inଜାତୀୟ

ଅସ୍ଥାୟୀ ଜେଲ୍‌ରେ ପରିବର୍ତ୍ତନ ହେବ ନାହିଁ ଷ୍ଟାଡିୟମ୍‌: ପୋଲିସର ଦାବିକୁ ପ୍ରତ୍ୟାଖ୍ୟାନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୧୧: ଦିଲ୍ଲୀ ପୋଲିସକୁ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ଏକ ଝଟ୍‌କା ମିଳିଛ। ୯ଟି ଷ୍ଟାଡିୟମ୍‌କୁ ଅସ୍ଥାୟୀ ଜେଲ୍‌ରେ ପରିଣତ କରିବା ପାଇଁ ପୋଲିସ କରିଥିବା ଦାବିକୁ ଦିଲ୍ଲୀ ସରକାର ପ୍ରତ୍ୟାଖ୍ୟାନ କରିଛନ୍ତି। କୃଷକଙ୍କ ପ୍ରଦର୍ଶନ କାରଣରୁ ଦିଲ୍ଲୀ ପୋଲିସ ଅସ୍ଥାୟୀ ଜେଲ୍‌ କରିବାକୁ ଦାବି କରିଥିଲେ। ତେବେ ଚାଷୀଙ୍କ ଦାବି ଯଥାର୍ଥ, ତେଣୁ ସେମାନଙ୍କୁ ଜେଲ୍‌ରେ ରଖିବା ଠିକ୍‌ ନୁହେଁ ବୋଲି ମୁଖମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି। ଏଥିପାଇଁ ଦିଲ୍ଲୀ ସରକାରରେ ଗୃହମନ୍ତ୍ରୀ ଥିବା ସତୈନ୍ଦ୍ର ଜୈନଙ୍କ ପକ୍ଷରୁ ଏକ ବୟାନ ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି, ଚାଷୀଙ୍କ ଦାବିରେ ଯଥାର୍ଥତା ରହିଛି ଏବଂ ସେମାନେ ଅହିଂସା ଢ଼ଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ତେଣୁ ତାଙ୍କୁ ଗିରଫ କରିବା ଉଚିତ୍‌ ନୁହେଁ ବୋଲି ଉକ୍ତ ବୟାନରେ କୁହାଯାଇଛି। ସୂଚନା ମୁତାବକ, ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ କୃଷକମାନେ ଦିଲ୍ଲୀ ସୀମାରେ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ଏହାପରେ ପୋଲିସ ସେମାନଙ୍କୁ ଅଟକାଇବାକୁ ଉଦ୍ୟମ କରିବା ସହ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ୯ଟି ଅସ୍ଥାୟୀ ଜେଲ୍‌ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁମତି ମାଗିଥିଲା। ଯାହାଦ୍ୱାରା ଯଦି କୃଷକମାନେ ଏକାଠି ହୁଅନ୍ତି ତେବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ତେବେ ପୋଲିସର ଏଭଳି କାର୍ଯ୍ୟକୁ ନାପସନ୍ଦ କରିବା ସହ ତାଙ୍କର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି କେଜରିଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri