Posted inଜାତୀୟ

ସବୁଦିନ ବାଣ ବନ୍ଦ ନେଇ ଦିଲ୍ଲୀ ସରକାର ନିଷ୍ପତ୍ତି ନିଅନ୍ତୁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଥିବାବେଳେ ବାଣ ଉପରେ ନିଷେଧାଦେଶ ଲଗାଇବା ପାଇଁ ସୁପ୍ରିମକୋର୍ଟ ଦୀପାବଳି ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଦିଲ୍ଲୀ ପୋଲିସ କେବଳ କିଛି ବାଣ ତିଆରି ସାମଗ୍ରୀ ଜବତ କରିଥିବାବେଳେ ବାଣ ନିଷେଧାଦେଶ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିବାରୁ ସର୍ବୋଚ୍ଚ ଅଦାଲତ ଭର୍ତ୍ସନା କରିଛନ୍ତି। ପୋଲିସର କାର୍ଯ୍ୟ କେବଳ ଲୋକଦେଖାଣିଆ ବୋଲି ଜଷ୍ଟିସ୍‌ ଅଭୟ ଏସ୍‌. ଓକା ଏବଂ ଅଗଷ୍ଟାଇନ୍‌ ଜର୍ଜ ମସିହଙ୍କ ଖଣ୍ଡପୀଠ କହିଛନ୍ତି।

ସମ୍ବିଧାନର ଅନୁଚ୍ଛେଦ ୨୧ ଅନୁଯାୟୀ ପ୍ରଦୂଷଣମୁକ୍ତ ପରିବେଶରେ ବସବାସ କରିବା ନାଗରିକଙ୍କ ମୌଳିକ ଅଧିକାର। କୌଣସି ଧର୍ମ ଜନସାଧାରଣଙ୍କ ସ୍ବାସ୍ଥ୍ୟ ସହ ସାଲିସ୍‌ କରେ ନାହଁି କିମ୍ବା ପ୍ରଦୂଷଣକୁ ବଢ଼ାଇବା ଭଳି କୌଣସି କାର୍ଯ୍ୟକୁ ପ୍ରୋତ୍ସାହିତ କରେ ନାହିଁ

ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ବାଣ ଉତ୍ପାଦନ ଏବଂ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିଷେଧାଦେଶ କାର୍ଯ୍ୟକାରୀ କରିବା ଦାୟିତ୍ୱରେ ଥିବା ଷ୍ଟେକ୍‌ହୋଲ୍ଡରମାନଙ୍କ ସମ୍ପୂର୍ଣ୍ଣ ତଥ୍ୟ ତୁରନ୍ତ ପ୍ରଦାନ କରିବା ନିମନ୍ତେ ଖଣ୍ଡପୀଠ ଦିଲ୍ଲୀ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାଣ ନିଷେଧାଦେଶର ପ୍ରଭାବଶାଳୀ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ନିମନ୍ତେ ଏକ ସ୍ବତନ୍ତ୍ର ସେଲ୍‌ ଗଠନ ପାଇଁ କୁହାଯାଇଛି। ଏଥିସହ ନିଷେଧାଦେଶ କାର୍ଯ୍ୟକାରୀ କରିବା ପାଇଁ ପୋଲିସ କ’ଣ ପଦକ୍ଷେପ ନେଇଛି, ତାହା ବ୍ୟକ୍ତିଗତ ସତ୍ୟପାଠ ଜରିଆରେ ଜଣାଇବାକୁ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଖଣ୍ଡପୀଠ କହିଛନ୍ତି।

ବାଣ ନିଷେଧାଦେଶ ଧୂଅଁାରେ ମିଳାଇଯିବାରୁ ୩ ବର୍ଷ ମଧ୍ୟରେ ଏଥର ଦୀପାବଳିରେ ଜାତୀୟ ରାଜଧାନୀ ସର୍ବାଧିକ ପ୍ରଦୂଷିତ ହୋଇଛି। ଅକ୍ଟୋବର ୧୪ରେ ସୁପ୍ରିମକୋର୍ଟ ବାଣ ଉପରେ ନିଷେଧାଦେଶ ଜାରି କରିଥିଲେ। ସେପର୍ଯ୍ୟନ୍ତ ଦିଲ୍ଲୀ ସରକାର ବାଣ ଉପରେ କଟକଣା କାହିଁକି ଲଗାଇ ନ ଥିଲେ ବୋଲି ଖଣ୍ଡପୀଠ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ସବୁଦିନ ପାଇଁ ବାଣ ଉପରେ ନିଷେଧାଦେଶ ଲଗାଇବା ସମ୍ପର୍କରେ ନଭେମ୍ବର ୨୫ ପୂର୍ବରୁ ନିଷ୍ପତ୍ତି ନେବାକୁ ସର୍ବୋଚ୍ଚ ଅଦାଲତ ଦିଲ୍ଲୀ ସରକାରଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri