Posted inଜାତୀୟ

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ ଦେଇଛନ୍ତି।

ଏହି ମାମଲାଗୁଡ଼ିକ ମଧ୍ୟରେ ସାଧାରଣତନ୍ତ୍ର ଦିବସ ଅବସରରେ ହୋଇଥିବା ଏକ ହିଂସା ମାମଲା ମଧ୍ୟ ରହିଛି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏନେଇ ମଙ୍ଗଳବାର ସୂଚନା ପ୍ରଦାନ କରାଯାଇଛି। ଉପରାଜ୍ୟପାଳ ଅନୀଲ ବୈଜଲଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାନୁୟାରୀ ୩୧ରେ ରାଜ୍ୟ ଗୃହମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କ ନିକଟକୁ ପଠାଯାଇଥିବା ମାମଲାଗୁଡ଼ିକର ସମ୍ପର୍କିତ ଫାଇଲକୁ ସୋମବାର ଆଇନ ବିଭାଗ ସହିତ ଆଲୋଚନା ପରେ ମଞ୍ଜୁରୀ ମିଳିଛି।

ଦିଲ୍ଲୀ ପୋଲିସ ପକ୍ଷରୁ ୨୦୨୦ ନଭେମ୍ବରଠାରୁ ୨୦୨୧ ଡିସେମ୍ବର ମଧ୍ୟରେ ୫୪ ମାମଲା ରୁଜୁ କରାଯାଇଥିଲା। ସେଥିମଧ୍ୟରୁ ୧୭ ମାମଲା ଫେରାଇ ନେବାକୁ ପୋଲିସ ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri