Posted inଜାତୀୟ

ଦିଲ୍ଲୀ ଉପରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ରାଜନୈତିକ ବିବାଦରୁ ଊର୍ଦ୍ଧ୍ୱରେ ରହିବାକୁ ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କୁ ରାଜନୈତିକ ବିବାଦରୁ ଊର୍ଦ୍ଧ୍ୱରେ ରହିବାକୁ ହେବ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଦିଲ୍ଲୀ ସରକାରଙ୍କର ଏହାର ପ୍ରଶାସନିକ ଅଧିକାରୀଙ୍କ ଉପରେ ଅଧିକ ନିୟନ୍ତ୍ରଣ ରହିବା ନେଇ ସର୍ବୋଚ୍ଚ ଅଦାଲତ ରାୟ ଦେଇଥିବାବେଳେ ଏହାକୁ ଅକାମୀ କରିବା ପାଇଁ କେନ୍ଦ୍ର ସରକାର ବିବାଦୀୟ ଅଧ୍ୟାଦେଶ ଆଣିଥିଲେ। ଏହାକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂରକରିବା ପାଇଁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ଦିଲ୍ଲୀ ବିଦ୍ୟୁତ୍‌ ନିୟାମକ ଆୟୋଗ (ଡିଇଆର୍‌ସି) ନିଯୁକ୍ତ ନିମନ୍ତେ ଉପରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଏକାଠି ବସି ସହମତିରେ ପ୍ରାର୍ଥୀ ଦେବା ପାଇଁ ସର୍ବୋଚ୍ଚ ଅଦାଲତ ପ୍ରସ୍ତାବ ଦେଇଥିଲେ। ଉପରାଜ୍ୟପାଳଙ୍କ ଓକିଲ ହରିଶ ସାଲ୍‌ଭେ ଅଦାଲତଙ୍କ ପ୍ରସ୍ତାବକୁ ସ୍ବାଗତ କରିଛନ୍ତି। ଡିଇଆର୍‌ସିରେ କେହି ଅଧ୍ୟକ୍ଷ ନ ଥିବା ଆମ୍‌ ଆଦ୍‌ମୀ ପାର୍ଟି ସରକାରଙ୍କ ଓକିଲ ଅଭିଷେକ ମନୁ ସିଂଘଭି କହିବା ପରେ ଅଦାଲତ ଉପରୋକ୍ତ ପ୍ରସ୍ତାବ ଦେଇଥିଲେ।
ଅଧ୍ୟାଦେଶ ସ୍ଥାନରେ କେନ୍ଦ୍ର ସରକାର ଆଗାମୀ ପାର୍ଲାମେଣ୍ଟ ଅଧିବେଶନରେ ବିଲ୍‌ ଆଗତ କରିବେ ବୋଲି ସତ୍ୟପାଠ ଦାଖଲ କରିଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟଙ୍କୁ ଜଣାଇଥିଲେ। ଅଧ୍ୟାଦେଶକୁ ଚ୍ୟାଲେଞ୍ଜକରି ଦାଏର ଦ୍ୱିତୀୟ ପିଟିଶନର ଶୁଣାଣି ପରେ ଅଦାଲତ ନୋଟିସ ଜାରି କରିବା ସହ ମାମଲାକୁ ସାମ୍ବିଧାନିକ ପୀଠକୁ ପଠାଇବେ। ଗୁରୁବାର ଏହାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri