Posted inଜାତୀୟ

ଅଫିସରଙ୍କ ସ୍ଥାନାନ୍ତର ପୋଷ୍ଟିଂ ଦିଲ୍ଲୀ ସରକାରଙ୍କ ଅଧିକାର…

ନୂଆଦିଲ୍ଲୀ,୧୧।୫ : ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାରକୁ ନେଇ ବିବାଦ ଉପରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇ କହିଛନ୍ତି ଦିଲ୍ଲୀ ସରକାରଙ୍କୁ ଅଧିକାରୀଙ୍କ ପୋଷ୍ଟ ଏବଂ ସ୍ଥାନାନ୍ତର କରିବାର ଅଧିକାର ରହିବ। ଏହି ନିଷ୍ପତ୍ତି ଘୋଷଣା କରିବା ପୂର୍ବରୁ ପ୍ରଧାନ ବିଚାରପତି(ସିଜେଆଇ) ଡି.ଓ୍ବାଇ.ଚନ୍ଦ୍ରଚୂଡ଼ କହିଛନ୍ତି ସମସ୍ତ ବିଚାରପତିଙ୍କ ସହମତିରେ ଏହି ନିଷ୍ପତ୍ତି ନିଆଯାଇଛି।

ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ କହିଛନ୍ତିି, ପୋଲିସ, ପବ୍ଲିକ ଅର୍ଡର ଏବଂ ଜମି ସମ୍ବନ୍ଧୀୟ କ୍ଷମତା କେନ୍ଦ୍ର ସହିତ ରହିବ। ରାୟ ପଢ଼ିବା ପୂର୍ବରୁ ସିଜେଆଇ କହିଛନ୍ତି, ଏହା ସଂଖ୍ୟାଗରିଷ୍ଠତାର ନିଷ୍ପତ୍ତି। ଏହି ନିଷ୍ପତ୍ତି ଦେବା ପୂର୍ବରୁ ଦିଲ୍ଲୀ ସରକାରଙ୍କ କ୍ଷମତାକୁ ସୀମିତ ରଖିବା ପାଇଁ କେନ୍ଦ୍ରର ଯୁକ୍ତି ସହ ମୁକାବିଲା କରିବା ଆବଶ୍ୟକ ବୋଲି ସିଜେଆଇ କହିଛନ୍ତି। ଏହା ବ୍ୟତୀତ ସେ କହିଛନ୍ତି ଏହି ମାମଲା କେବଳ ସେବା ଉପରେ ନିୟନ୍ତ୍ରଣର ଅଟେ।

ସିଜେଆଇ କହିଛନ୍ତି, ନିର୍ବାଚିତ ସରକାର ପ୍ରଶାସନ ଚଳାଇବା ପାଇଁ କ୍ଷମତା ପାଇବା ଉଚିତ, ନଚେତ ଏହା ଫେଡେରାଲ ଢାଞ୍ଚା ପାଇଁ ଏକ ବଡ କ୍ଷତି। ଯେଉଁ ଅଧିକାରୀମାନେ ସେମାନଙ୍କ କର୍ତ୍ତବ୍ୟ ପାଇଁ ପୋଷ୍ଟ ହୋଇଛନ୍ତି ସେମାନେ ମନ୍ତ୍ରୀଙ୍କ କଥା ଶୁଣିବା ଉଚିତ। ବ୍ୟବସ୍ଥାରେ ଏକ ବଡ଼ ତ୍ରୁଟି ରହିଛି। ନିର୍ବାଚିତ ସରକାରରେ ତାଙ୍କର ପ୍ରଶାସନିକ ବ୍ୟବସ୍ଥା ରହିବା ଉଚିତ। ଯଦି ନିର୍ବାଚିତ ସରକାରଙ୍କର ଏହି ଅଧିକାର ନାହିଁ, ତେବେ ଉତ୍ତରଦାୟିତ୍ୱର ତ୍ରିଗୁଣ ଶୃଙ୍ଖଳା ପୂରଣ ହେବ ନାହିଁ।

ଏନସିଟି ସମ୍ପୂର୍ଣ୍ଣ ରାଜ୍ୟ ନୁହେଁ। ଏଭଳି ପରିସ୍ଥିତିରେ ରାଜ୍ୟ ପ୍ରଥମ ତାଲିକାରେ ନାହିଁ। ଅନ୍ୟ ରାଜ୍ୟ ତୁଳନାରେ ଏନସିଟି ଦିଲ୍ଲୀର ଅଧିକାର କମ। ସମ୍ବିଧାନ ବେଞ୍ଚରେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ଏମଆର ଶାହା, ଜଷ୍ଟିସ କୃଷ୍ଣ ମୁରାରୀ, ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ପିଏସ ନରସିଂହ ରହିଛନ୍ତି। ଦିଲ୍ଲୀ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ସେବାଗୁଡିକର ନିୟନ୍ତ୍ରଣ କାହା ହାତରେ ରହିବ ତାହା ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ନିଷ୍ପତ୍ତି ନେବା ଲାଗି ଜାନୁଆରୀ ୧୮ ରେ ସୁପ୍ରିମକୋର୍ଟ ଏହି ରାୟ ସଂରକ୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?