Posted inଜାତୀୟ

ବିଏନ୍‌ଏସ୍‌ରୁ ଧାରା ୩୭୭ ଅନୁରୂପ ବ୍ୟବସ୍ଥା ହଟାଯିବା ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ,୧୪ା୮(ପି.ଟି.): ଭାରତୀୟ ଦଣ୍ଡ ସଂହିତା (ଆଇପିସି) ବଦଳରେ ନୂତନ ଭାବେ ଲାଗୁ ହୋଇଥିବା ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ରେ ଅପ୍ରାକୃତ ଯୌନକ୍ରିୟା ଅପରାଧ ପାଇଁ ରହିଥିବା ଦଣ୍ଡବ୍ୟବସ୍ଥା ହଟାଯାଇଥିବାରୁ ଏହାକୁ ବିରୋଧ କରି ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଉପରେ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ସରକାର ଏହା ଉପରେ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଅଦାଲତ କହିଛନ୍ତି। ଅସହମତିରେ ଅପ୍ରାକୃତ ଯୌନ ସମ୍ପର୍କ ମାମଲାରେ ଆଇନ ପ୍ରଣୟନ କଲାବେଳେ ଅଧିକ ଯତ୍ନଶୀଳ ହେବା ଆବଶ୍ୟକ ବୋଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନ ଏବଂ ଜଷ୍ଟିସ୍‌ ତୁଷାର ରାଓ ଗେଡେଲାଙ୍କ ଖଣ୍ଡପୀଠ କହିଛନ୍ତି। ଏନେଇ କେନ୍ଦ୍ର ସରକାର ପରାମର୍ଶ ଗ୍ରହଣ କରିବା ପାଇଁ ଅଦାଲତ ସମୟ ଦେବା ସହ ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୮କୁ ଧାର୍ଯ୍ୟ କରିଛନ୍ତି। ବିଏନ୍‌ଏସ୍‌ରେ ରହିଥିବା ତ୍ରୁଟି ସଂଶୋଧନ ଲାଗି ଆଇନଜୀବୀ ଗନ୍ତବ୍ୟ ଗୁଲାଟି ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ। ଆଇପିସିର ଧାରା ୩୭୭ ଅନୁରୂପ କୌଣସି ବ୍ୟବସ୍ଥା ବିଏନ୍‌ଏସ୍‌ରେ ନ ଥିବାରୁ ଯେକୌଣସି ବ୍ୟକ୍ତି ବିଶେଷ କରି ଏଲ୍‌ଜିବିଟିକ୍ୟୁ ବର୍ଗ ପ୍ରଭାବିତ ହେବେ ବୋଲି ଆଇନଜୀବୀ ପିଟିଶନ୍‌ରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?