ଖୁବ୍‌ଶୀଘ୍ର ସରକାରୀ ହସ୍ପିଟାଲରେ ମାଗଣାରେ ଉପଲବ୍ଧ ହେବ ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୨।୪: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କୋଭିଡ ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ନେଇ ରାଜଧାନୀ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ଦିଲ୍ଲୀ ସରକାରଙ୍କ ସରକାରୀ ଡାକ୍ତରଖାନାଗୁଡ଼ିକରେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ପାଇପାରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି। ଦିଲ୍ଲୀରେ, ଯେଉଁମାନେ କୋଭିଡର ଉଭୟ ଡୋଜ ଏବଂ ଦ୍ୱିତୀୟ ଡୋଜର ୯ମାସ ପୂରିଛି ସେମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଏଥିପାଇଁ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ କେନ୍ଦ୍ର ସରକାର ଏକ ନୂତନ ବ୍ୟବସ୍ଥା ଜାରି କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀରେ ୧୮ ବର୍ଷରୁ ୫୯ ବର୍ଷ ମଧ୍ୟରେ ଥିବା ଲୋକଙ୍କ ପାଇଁ ଏପ୍ରିଲ ୧୦ରୁ ଦିଲ୍ଲୀରେ ବୁଷ୍ଟର ଡୋଜ ଦିଆଯାଉଛି। ଏହି ଡୋଜ୍‌ ପାଇଁ ଘରୋଇ ଡାକ୍ତରଖାନାରେ ଲୋକଙ୍କୁ ମାତ୍ର ୩୮୬ ଟଙ୍କା ଦେବାକୁ ପଡ଼ୁଛି। କିନ୍ତୁ ସରକାରୀ ଡାକ୍ତରଖାନାଗୁଡ଼ିକରେ ଏହା ମାଗଣା ଉପଲବ୍ଧ ହେବ। ଏହାର ଖର୍ଚ୍ଚ ଦିଲ୍ଲୀସରକାର ବହନ କରିବେ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଘୋଷଣା କରିଛନ୍ତି। ଅନ୍ୟପଟେ ସତ୍ୟେନ୍ଦ୍ର ଜୈନ କହିଛନ୍ତି, ଆମକୁ କରୋନା ସହ ବଞ୍ଚିବା ଶିଖିବା ଉଚିତ କାରଣ ଆଗାମୀ ୨ରୁ୫ ବର୍ଷ ଯାଏ ଏହା କୁଆଡେ ବି ଯିବ ନାହିଁ। ପ୍ରତିଦିନ ଦେଶରେ ଏକ ନୂତନ ଭାରିଆଣ୍ଟ ଚିହ୍ନଟ ହେଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri