ଖୁବ୍‌ଶୀଘ୍ର ସରକାରୀ ହସ୍ପିଟାଲରେ ମାଗଣାରେ ଉପଲବ୍ଧ ହେବ ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୨।୪: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କୋଭିଡ ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ନେଇ ରାଜଧାନୀ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ଦିଲ୍ଲୀ ସରକାରଙ୍କ ସରକାରୀ ଡାକ୍ତରଖାନାଗୁଡ଼ିକରେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ପାଇପାରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି। ଦିଲ୍ଲୀରେ, ଯେଉଁମାନେ କୋଭିଡର ଉଭୟ ଡୋଜ ଏବଂ ଦ୍ୱିତୀୟ ଡୋଜର ୯ମାସ ପୂରିଛି ସେମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଏଥିପାଇଁ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ କେନ୍ଦ୍ର ସରକାର ଏକ ନୂତନ ବ୍ୟବସ୍ଥା ଜାରି କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀରେ ୧୮ ବର୍ଷରୁ ୫୯ ବର୍ଷ ମଧ୍ୟରେ ଥିବା ଲୋକଙ୍କ ପାଇଁ ଏପ୍ରିଲ ୧୦ରୁ ଦିଲ୍ଲୀରେ ବୁଷ୍ଟର ଡୋଜ ଦିଆଯାଉଛି। ଏହି ଡୋଜ୍‌ ପାଇଁ ଘରୋଇ ଡାକ୍ତରଖାନାରେ ଲୋକଙ୍କୁ ମାତ୍ର ୩୮୬ ଟଙ୍କା ଦେବାକୁ ପଡ଼ୁଛି। କିନ୍ତୁ ସରକାରୀ ଡାକ୍ତରଖାନାଗୁଡ଼ିକରେ ଏହା ମାଗଣା ଉପଲବ୍ଧ ହେବ। ଏହାର ଖର୍ଚ୍ଚ ଦିଲ୍ଲୀସରକାର ବହନ କରିବେ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଘୋଷଣା କରିଛନ୍ତି। ଅନ୍ୟପଟେ ସତ୍ୟେନ୍ଦ୍ର ଜୈନ କହିଛନ୍ତି, ଆମକୁ କରୋନା ସହ ବଞ୍ଚିବା ଶିଖିବା ଉଚିତ କାରଣ ଆଗାମୀ ୨ରୁ୫ ବର୍ଷ ଯାଏ ଏହା କୁଆଡେ ବି ଯିବ ନାହିଁ। ପ୍ରତିଦିନ ଦେଶରେ ଏକ ନୂତନ ଭାରିଆଣ୍ଟ ଚିହ୍ନଟ ହେଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri