Posted inଜାତୀୟ

ଜୁନ୍‌ ୯ ଯାଏ ଇଡି ହାଜତକୁ ଗଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧ା୬: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜୁନ୍‌ ୯ ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହାଜତକୁ ପଠାଇ ଦିଆଯାଇଛି। ଏହି ଦୁର୍ନୀତି ପଛରେ ରହିଥିବା ବଡ଼ ଷଡ଼ଯନ୍ତ୍ରକୁ ପଦାକୁ ଆଣିବାକୁ ହେଲେ ଜୈନଙ୍କୁ ହାଜତ ଜେରାର ଆବଶ୍ୟକତା ରହିଛି ବୋଲି ଦିଲ୍ଲୀ ଅଦାଲତ ଅନୁଭବ କରିଥିଲେ। ମନିଲଣ୍ଡରିଂ ମାମଲାର ତଦନ୍ତକୁ ବିଭ୍ରାନ୍ତ କରୁଥିବା ଅଭିଯୋଗରେ ଜୈନଙ୍କୁ ସୋମବାର ଇଡି ଗିରଫ କରିଥିଲା। ୨୦୧୭ରେ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ପିଏମ୍‌ଏଲ୍‌ଏରେ ମାମଲା ରୁଜୁ ହୋଇଥିବାବେଳେ ଗତ ଏପ୍ରିଲ ୫ରେ ତାଙ୍କର ତଥା ତାଙ୍କ ପରିବାର ସଦସ୍ୟଙ୍କର ପ୍ରାୟ ୫ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଥିଲା। ସରକାରୀ ଚାକିରି କରିବା ପୂର୍ବରୁ ୨୦୧୦-୧୨ରେ ସେ ୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମନିଲଣ୍ଡରିଂରେ ସମ୍ପୃକ୍ତ ଥିବା ସିବିଆଇ ଅଭିଯୋଗ କରିଥିଲା। ଅନ୍ୟ ପକ୍ଷରେ ସତ୍ୟେନ୍ଦ୍ର ଜୈନଙ୍କ ଗିରଫଦାରିକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଜୈନଙ୍କ ବିରୋଧରେ ମାମଲା ସମ୍ପୂର୍ଣ୍ଣ ମିଥ୍ୟା ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?