Posted inଜାତୀୟ

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଏମିତି ନିଷ୍ପତ୍ତି ନେଲେ ଯୁବକ, ଆଉ ତା’ପରେ

ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବକ ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଶାଢି ସହାୟତାରେ ବେକକୁ ଚିପି ହତ୍ୟା କରିଛନ୍ତି। କେବଳ ଏତିକି ନୁହେଁ ଅଭିଯୁକ୍ତ ତାଙ୍କ ଦେଢ ବର୍ଷର ଶିଶୁ ସହିତ ରାତିସାରା ସ୍ତ୍ରୀଙ୍କ ମୃତଦେହ ନିକଟରେ ବସିଥିଲେ। ସକାଳେ ଅଭିଯୁକ୍ତ ପ୍ରଥମେ ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ସନ୍ଦେହ ହେବାରୁ ଆଖପାଖ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ପଚରାଉଚରା କରିବାରୁ ସେ ତାଙ୍କ ଅପରାଧ ସ୍ବୀକାର କରିଥିଲେ। ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, ଦିଲ୍ଲୀର ବକ୍କାରୱାଲା ଅଞ୍ଚଳରେ ଅବସ୍ଥିତ ଲେବର କ୍ୟାମ୍ପ୍‌ରେ ଏହି ଘଟଣା ଘଟିଛି। ପୋଲିସ ମୁତାବକ ଅଭିଯୁକ୍ତ ମାଜିଦ( ୨୧ ବର୍ଷ ) ସ୍ତ୍ରୀ ଶାବିଲା ଖାତୁନ(୨୧ ବର୍ଷ )ଙ୍କ ଚରିତ୍ରକୁ ସନ୍ଦେହ କରି ତାଙ୍କ ସହ ଝଗଡା କରିଥିଲେ। ପରେ ଉତ୍ତେଜିତ ହୋଇ ଶାବିଲା ପିନ୍ଧିଥିବା ଲୁଗାରେ ତାଙ୍କ ତଣ୍ଟି ଚିପି ହତ୍ୟା କରିଥିଲେ। ଶାବିଲାଙ୍କ ମୃତ୍ୟୁ ପରେ ପିଲାଙ୍କ ସହ ମୃତଦେହ ନିକଟରେ ରାତିସାରା ବସିଥିଲେ। ସକାଳେ ମାଜିଦ ଆଖପାଖର ଲୋକଙ୍କୁ କହିଥିଲେ ଯେ ରାତିରେ ସ୍ତ୍ରୀଙ୍କର ଜ୍ୱର ଅଧିକ ଥିଲା ଯେଉଁଥିପାଇଁ ସେ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri